ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ ଯେତେ ଦୁର୍ଘଟଣା କିମ୍ବା ଧନଜୀବନ କ୍ଷତି ହେଲେ ବି ବେପରୁଆ ହୋଇ ରହୁଛି। ଏହାର ଏକ ଜ୍ୱଳନ୍ତ ଉଦାହରଣ ବୀରମିତ୍ରପୁର ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥରେ ଦେଖିବାକୁ ମିଳିଛି। ଏହି ରାଜପଥର ଦୂରାବସ୍ଥା ଯୋଗୁ ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ ହେଉଥିଲେ ଏବଂ ଗଣମାଧ୍ୟମରେ ଖବର ପ୍ରସାରଣ ହେଉଥିଲେ ମଧ୍ୟ ପ୍ରଶାସନ ସବୁ ଜାଣି ଚୁପ୍ ବସିରହିଥାଏ। ସାଧାରଣ ଲୋକ କିମ୍ବା ଜନପ୍ରତିନିଧିମାନେ ରାଜରାସ୍ତାକୁ ଓହ୍ଲାଇ ଅବରୋଧ କରିବା ପରେ ଯାଇ ପ୍ରଶାସନର ଚେତା ପଶୁଛି।

ମଙ୍ଗଳବାର ବୀରମିତ୍ରପୁରର ୧୪୩ ନମ୍ବର ଜାତୀୟ ରାଜପଥ ମରାମତି ନେଇ ରାଜପଥ ଅବରୋଧ ସମୟରେ ଏହି ଚିତ୍ର ସ୍ପଷ୍ଟ ହୋଇଛି। ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ଅବରୋଧ ସମୟରେ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ଯେପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ଉତ୍ତମ ମାନର ମରାମତି କାର୍ଯ୍ୟ ଶେଷ ହୋଇନାହିଁ, ସେପର୍ଯ୍ୟନ୍ତ ରାସ୍ତା କାମରେ ନିୟୋଜିତ ଗାଡ଼ିଗୁଡ଼ିକ ଅନ୍ୟତ୍ର ନ ଯାଇ ବୀରମିତ୍ରପୁରରେ ରହିବ ବୋଲି କର୍ତ୍ତୃପକ୍ଷ ଉତ୍ୟକ୍ତ ଲୋକଙ୍କୁ ଲିଖିତ ପ୍ରତିଶ୍ରୁତି ଦେଇଥିଲେ। କର୍ତ୍ତୃପକ୍ଷଙ୍କ ଏହି ପ୍ରତିଶ୍ରୁତି ପରେ ଅପରାହ୍ନ ସାଢ଼େ ୨ଟାରେ ଅବରୋଧ ହଟିଥିଲା ଏବଂ ସଙ୍ଗେ ସଙ୍ଗେ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ ହୋଇଥିଲା।

ଏହି ଅବରୋଧ ଆନ୍ଦୋଳନରେ ବୀରମିତ୍ରପୁର ବିଧାୟକ ରୋହିତ ଜୋସେଫ ତିର୍କୀ, ବିଜେଡି ନେତା ଶଶି ସାଗର, କୁନା ଦେଓ, ଭାଜପା ନେତା ବଲ୍ଲୁ ତିୱାରୀ, କଂଗେସ ନେତା ବିକ୍ରମ ପଟ୍ଟନାୟକଙ୍କ ସମେତ ବୀରମିତ୍ରପୁର ଉପନଗରପାଳ ନିବେଦିତା ବାଗେ, ବରିଷ୍ଠ ନେତା ଜଗଦୀଶ ପ୍ରସାଦ ଅଗ୍ରୱାଲ, ଏମଡ଼ି ଅଜାଜ ଆଲାମ ପ୍ରମୁଖ ଶତାଧିକ ବ୍ୟକ୍ତି ଉପସ୍ଥିତ ଥିଲେ। ବନ୍ଦକୁ ସମର୍ଥନ ଜଣାଇ ବୀରମିତ୍ରପୁର ମର୍ଚେଣ୍ଟ ଆସୋସିଏସନ୍ ପକ୍ଷରୁ ସମସ୍ତ ଦୋକାନ ବଜାର ମଧ୍ୟ ବନ୍ଦ ରଖାଯାଇଥିଲା। ବିନା ଆନ୍ଦୋଳନରେ ରାସ୍ତା ମରାମତି କାର୍ଯ୍ୟ ହେବ ନାହିଁ ଜାଣି ସ୍ଥାନୀୟ ଲୋକେ ଏହି ଆନ୍ଦୋଳନକୁ ବହୁ ସଂଖ୍ୟାରେ ସମର୍ଥନ କରି ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?