ନୋବେଲ ବିଜ୍ଞାନୀ: ପେସା ଡାକ୍ତରୀ ନିଶା ଗବେଷଣା

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ବିଶ୍ୱବିଦିତ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଆଡଲଫ ଇମଲି ଭାନ୍‌ ବେହେରିଙ୍ଗ ଥିଲେ ଅନ୍ୟତମ। ଦୃଢ଼ ଆତ୍ମବିଶ୍ୱାସ ଏବଂ ପ୍ରଗାଢ଼ ଚେଷ୍ଟା ବଳରେ ସେ ନିଜର ଲକ୍ଷ୍ୟ ସ୍ଥଳରେ ପହଞ୍ଚତ୍ ପାରିଥିଲେ। କେବଳ ସେତିକି ନୁହେଁ, ଚିକିତ୍ସା ବିଜ୍ଞାନରେ ପ୍ରଥମ ନୋବେଲ ପୁରସ୍କାର ହାସଲ କରିବାରେ ସେ ଥିଲେ ପ୍ରଥମ ବ୍ୟକ୍ତି। ୧୮୫୪ ମାର୍ଚ୍ଚ ୧୫ରେ ଜର୍ମାନୀର ହାନ୍ସଡୋର୍ଫଠାରେ ଜନ୍ମ ଗ୍ରହଣ କରିଥିଲେ ବେହେରିଙ୍ଗ । ପେସାରେ ସେ ଥିଲେ ଜଣେ ମିଲିଟାରୀ ଡାକ୍ତର। ପାଠପଢ଼ା ଶେଷ ହେବା ପରେ ଜର୍ମାନୀ ସେନା ବାହିନୀରେ ସେ ଯୋଗ ଦେଇଥିଲେ। ହେଲେ ଗବେଷଣା ପ୍ରତି ତାଙ୍କର ଆଗ୍ରହ ତାଙ୍କୁ ଚାକିରି କ୍ଷେତ୍ରରେ ବାନ୍ଧି ରଖିପାରି ନ ଥିଲା।
ବିଜ୍ଞାନରେ ନୂଆ ନୂଆ ତଥ୍ୟ ଲୋକଲୋଚନକୁ ଆଣିବା ପାଇଁ ସେ ନିଜକୁ ଗବେଷଣାରେ ନିମଗ୍ନ ରଖିଥିଲେ। ୧୮୯୦ରେ ତାଙ୍କର ଚେଷ୍ଟା ସଫଳ ରୂପ ନେଇଥିଲା। ଡିପଥେରିଆ ଆଣ୍ଟିଟକ୍ସିନ ଟିକା ଉଦ୍ଭାବନ କରି ସେ ଚର୍ଚ୍ଚାର ପରିସରକୁ ଆସିଥିଲେ। ସେ ସମୟରେ ଡିପଥେରିଆରେ ଅନେକ ଶିଶୁ ଅକାଳ ମୃତ୍ୟୁବରଣ କରୁଥିଲେ। ଏହି ଟିକା ଉଦ୍ଭାବନ ଫଳରେ ସେତେବେଳେ ଏହି ମୃତ୍ୟୁହାରକୁ କେତେକାଂଶରେ ରୋକାଯାଇପାରିଥିଲା। ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ୧୯୦୧ରେ ସମ୍ମାନଜନକ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା। ୧୯୧୭ ମାର୍ଚ୍ଚ ୩୧ରେ ଏହି ନୋବେଲ ବିଜ୍ଞାନୀ ଇହଲୀଳା ସମ୍ବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri