ବାଂଲାଦେଶର ନୋବେଲ ବିଜୟୀ ମହମ୍ମଦ ୟୁନୁସ୍‌ଙ୍କୁ ୬ ମାସ ଜେଲ ଦଣ୍ଡାଦେଶ

ଢାକା,୧।୧: ବାଂଲାଦେଶର ନୋବେଲ ବିଜୟୀ ଅର୍ଥନୀତିଜ୍ଞ ଡ. ମହମ୍ମଦ ୟୁନୁସ୍‌ଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସ୍ଥାନୀୟ ଅଦାଲତ ସୋମବାର ଦୋଷୀସାବ୍ୟସ୍ତ କରିବା ସହ ୬ ମାସ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟରେ ୟୁନୁସ୍‌ଙ୍କୁ ଜେଲ ପଠାଯାଇଥିବା ତାଙ୍କ ସମର୍ଥକମାନେ କହିଛନ୍ତି। ଦାରିଦ୍ର୍ୟ ନିରାକରଣ ଅଭିଯାନ ଏବଂ ନିଜର ଗ୍ରାମୀଣ ବ୍ୟାଙ୍କ ଜରିଆରେ ବାଂଲାଦେଶକୁ ମାଇକ୍ରୋକ୍ରେଡିଟ୍‌ର ଜନ୍ମସ୍ଥାନର ପରିଚୟ ଦେଇଥିବାରୁ ୮୩ ବର୍ଷୀୟ ଅର୍ଥନୀତିଜ୍ଞ ୨୦୦୬ରେ ନୋବେଲ ପୁରସ୍କାର ପାଇଥିଲେ। ସେ ୧୯୮୩ରେ ଉକ୍ତ ବ୍ୟାଙ୍କ ପ୍ରତିଷ୍ଠା କରିଥିଲେ। ତାଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରାମୀଣ ଟେଲିକମ୍‌ରେ ଶ୍ରମିକ କଲ୍ୟାଣ ପାଣ୍ଠି ଗଠନ କରାଯାଇ ନ ଥିବାରୁ ୟୁନୁସ୍‌ ଓ ତାଙ୍କର ୩ ସହକର୍ମୀଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଗ୍ରାମୀଣ ଟେଲିକମ୍‌ର ଅଧ୍ୟକ୍ଷ ଭାବେ ଶ୍ରମ ଆଇନର ଉଲ୍ଲଂଘନ ନିମନ୍ତେ ତୃତୀୟ ଶ୍ରମ ଅଦାଲତର ବିଚାରପତି ଶେଖ୍‌ ମେରିନା ସୁଲ୍‌ତାନା ୟୁନୁସ୍‌ଙ୍କ ସମେତ ୪ ଜଣଙ୍କୁ ୬ ମାସ ଲେଖାଏ ଜେଲଦଣ୍ଡ ଓ ୨୫ ହଜାର ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

ସ୍ୱାଧୀନତା ଦିବସରେ ୩୫୦ ଟଙ୍କା ତେଲ ଦର! ଦେଶରେ ପଡିଲା ଚହଳ…

ଇସଲାମାବାଦ୍‌,୧୪।୮: ପାକିସ୍ତାନରେ ଆଜି ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ୭୯ତମ ସ୍ୱାଧୀନତା ଦିବସ ପାଳନ କରାଯାଉଛି। ଖବର ଅନୁଯାୟୀ, ପାକିସ୍ତାନରେ ସ୍ୱାଧୀନତା ଦିବସ ଅବସରରେ ପେଟ୍ରୋଲ-ଡିଜେଲ ଦର…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri