ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌କୁ ନୋବେଲ ବିଜେତାଙ୍କ ପ୍ରଶଂସା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌’କୁ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ୨୦୧୯ ନୋବେଲ ବିଜେତା ମାଇକେଲ କ୍ରେମର ପ୍ରଶଂସା କରିଛନ୍ତି। ଓଡ଼ିଶାର ଏହି ଯୋଜନାରେ ଲୋକମାନଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି ଯୋଗାଇ ଦିଆଯାଉଛି। ଏହି ସେବା ଯୋଗାଣ ପରେ ସରକାର ଓ ସାଧାରଣ ଲୋକମାନେ କି ପ୍ରକାର ସୁବିଧା ପାଉଛନ୍ତି ଏବଂ ସେମାନଙ୍କ ଆର୍ଥିକ ସ୍ଥିତି ଆଦି ବିଭିନ୍ନ ଦିଗ ଉପରେ ଅଧ୍ୟୟନ କରାଯାଉଛି। ଏହି କ୍ରମରେ କ୍ରେମର ପୁରୀ ଓ ଭୁବନେଶ୍ବରର ବିଭିନ୍ନ ସ୍ଥାନକୁ ଯାଇ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ସହ ଜଡ଼ିତ ବିଭିନ୍ନ ଦିଗ ଉପରେ ତଥ୍ୟ ସଂଗ୍ରହ କରିବା ସହ ଏଥିରେ ଉପକୃତ ହେଉଥିବା ହିତାଧିକାରୀ ଓ ଜଳସାଥୀଙ୍କ ସହିତ ଆଲୋଚନା କରିଥିଲେ। ଆଲୋଚନା ପରେ କ୍ରେମର ଓ ତାଙ୍କ ଟିମ୍‌ ରାଜ୍ୟ ସରକାରଙ୍କ ଏହି ୨୪ ଘଣ୍ଟିଆ ବିଶୁଦ୍ଧ ଜଳ ଯୋଗାଣ ବ୍ୟବସ୍ଥାକୁ ପ୍ରଶଂସା କରିବା ସହ ଏହାଦ୍ବାରା ସହରାଞ୍ଚଳର ସାମାଜିକ ଓ ଅର୍ଥନୈତିକ ଅନଗ୍ରସର ଲୋକମାନେ ପାଣି ପାଇପାରୁଛନ୍ତି ବୋଲି କହିଛନ୍ତି। ଏହି ଅବସରରେ କ୍ରେମର ଟ୍ୟାପ୍‌ରୁ ପାଣି ମଧ୍ୟ ପିଇଥିଲେ।
ପୁରୀ ଓ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳ ପରିଦର୍ଶନ ପରେ କ୍ରେମର ଓ ତାଙ୍କ ଟିମ୍‌ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି.ମାଥିଭାଥନନଙ୍କ ସହ ଆଲୋଚନା କରିଥିଲେ। ବର୍ତ୍ତମାନ ପୁରୀ ଓ ଗୋପାଳପୁର ସହରରେ ଶତ ପ୍ରତିଶତ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ହୋଇସାରିଛି। ସେହିପରି ଗତ ଡିସେମ୍ବର ମାସରେ ଆଉ ୩ଟି ସହରରେ ଡ୍ରିଙ୍କ୍‌ ଫ୍ରମ୍‌ ଟ୍ୟାପ୍‌ ଯୋଜନାରେ କାର୍ଯ୍ୟ ଆରମ୍ଭ କରାଯାଇଛି। ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ୧୧୫ଟି ସହରାଞ୍ଚଳରୁ ୮୫ଟିରେ ଶତପ୍ରତିଶତ ପାଇପ ଜଳ ଯୋଗାଣର ବ୍ୟବସ୍ଥା କରିସାରି ବାକି ୨୦ଟି ସହରରେ ଡିସେମ୍ବର ୨୦୨୩ ସୁଦ୍ଧା ସମ୍ପୂର୍ଣ୍ଣ ହେବ ବୋଲି ରାଜ୍ୟ ନଗର ଉନ୍ନୟନ ବିଭାଗ ଲକ୍ଷ୍ୟ ରଖିଛି ବୋଲି ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri