ଶତ୍ରୁ ସହ ଲଢେଇ ପାଇଁ ଯୁଦ୍ଧକ୍ଷେତ୍ରରେ ଇଥିଓପିଆ ପ୍ରଧାନମନ୍ତ୍ରୀ

ନାଇରୋବି,୨୫।୧୧: ନୋବେଲ ଶାନ୍ତି ପୁରସ୍କାର ବିଜେତା ତଥା ଇଥିଓପିଆର ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଯୁଦ୍ଧକ୍ଷେତ୍ରକୁ ଯାଇ ଶତ୍ରୁ ସହ ଲଢେଇ କରିଛନ୍ତି। ଏକ ବର୍ଷର ଚାଲିଥିବା ଯୁଦ୍ଧରେ ଶତ୍ରୁମାନେ ରାଜଧାନୀ ମୁହାଁ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନିଜେ ଲଢିବା ଯୁଦ୍ଧ କ୍ଷେତ୍ରକୁ ଯାଇଛନ୍ତି।
ତେବେ ୪୫ ବର୍ଷ ବୟସ୍କା ପୂର୍ବତନ ସୈନିକ ଆବି ଅହମ୍ମଦଙ୍କ କୌଣସି ଫଟୋ ସାମ୍ନାକୁ ଆସି ନାହିଁ। ଆବି ଯୁଦ୍ଧକ୍ଷେତ୍ରକୁ କେଉଁଠାରୁ ନିର୍ଦ୍ଦେଶ ଦେଉଥିଲେ ତାହା ତାଙ୍କ ମୁଖପାତ୍ର ବିଲିନ ସିୟୁମ କହିବାକୁ ମନା କରିଦେଇଥିଲେ। ଗତ ବର୍ଷ ନଭେମ୍ବର ଠାରୁ ପ୍ରଧାନମନ୍ତ୍ରୀ ଟିଗ୍ରେ ପିପୁଲ୍ସ ଲିବରେସନ ଫ୍ରଣ୍ଟ (ଟିପିଏଲଏଫ) ବିରୁଦ୍ଧରେ ସାମରିକ ଆକ୍ରମଣ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଏଥିରେ ଦଶହଜାର ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଶହ ଶହ ହଜାର ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଛନ୍ତି ବୋଲି ଆକଳନ କରାଯାଇଛି। ଗତ ଦୁଇ ବର୍ଷ ପୂର୍ବେ ଆବି ଅହମ୍ମଦ ନୋବେଲ ପୁରସ୍କାର ପାଇଥିଲେ। ସେ ଯୁଦ୍ଧକ୍ଷେତ୍ରରେ ହଠାତ୍‌ ପହଞ୍ଚିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।
ପ୍ରଧାନମନ୍ତ୍ରୀ ଏହି ସପ୍ତାହ ପୂର୍ବରୁ ଯୁଦ୍ଧକ୍ଷେତ୍ରକୁ ଯିବେ ବୋଲି ଘୋଷଣା କରିଥିଲେ। ଏହାପୂର୍ବରୁ ଜଣେ ସରକାରୀ ମୁଖପାତ୍ର କହିଛନ୍ତି ଯେ ଅହମ୍ମଦଙ୍କ ଅନୁପସ୍ଥିତିରେ ଉପ-ପ୍ରଧାନମନ୍ତ୍ରୀ ଡେମେକେ ମେକୋନେନ ଦୈନନ୍ଦିନ ସରକାରୀ ବ୍ୟବସାୟର ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri