ନୋବେଲ ଶାନ୍ତି ପୁରସ୍କାର ବିଜେତା ଦେସମଣ୍ଡ ଟୁଟୁଙ୍କ ପରଲୋକ…

ଜୋହାନ୍ସବର୍ଗ, ୨୬।୧୨: ବର୍ଣ୍ଣବୈଷମ୍ୟ ବିରୋଧ ଏବଂ ଅଧିକାର ଲାଗି ସଂଗ୍ରାମ ଜାରି ରଖିଥିବା କେପଟାଉନର ଅବସରପ୍ରାପ୍ତ ଆଙ୍ଗଲିକାନ ଆର୍କବିଶପ ତଥା ନୋବେଲ ଶାନ୍ତି ପୁରସ୍କାର ବିଜେତା ଡେସମଣ୍ଡ ଟୁଟୁଙ୍କର ପରଲୋକ ହୋଇଯାଇଛି।ମୃତ୍ୟୁ ବେଳକୁ ଟୁଟୁଙ୍କୁ ୯୦ ବର୍ଷ ବୟସ ହୋଇଥିଲା।

ସେ ଦକ୍ଷିଣ ଆଫ୍ରିକାରେ ଜାତିଗତ ନ୍ୟାୟ ତଥା ଲେସିବ୍ୟାନ୍‌, ଗେ, ବାଇସେକ୍ସୁଆଲ୍‌ ଏବଂ ଟ୍ରାନ୍ସଜେଣ୍ଡର (ଏଲଜିବିଟି)ଙ୍କ ଅଧିକାର ପାଇଁ ସଂଗ୍ରାମ ଜାରି ରଖିଥିଲେ।

ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ ରାମାଫୋସା ରବିବାର ଏହି ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ରାମାଫୋସା କହିଛନ୍ତି ଯେ ଟୁଟୁ ଜଣେ ଜଣାଶୁଣା ଆଧ୍ୟାତ୍ମିକ ନେତା, ବର୍ଣ୍ଣବୈଷମ୍ୟ ବିରୁଦ୍ଧରେ ଜଣେ କାର୍ଯ୍ୟକର୍ତ୍ତା ଥିଲେ। ସାରା ବିଶ୍ୱରେ ମାନବିକ ଅଧିକାରର ସେ ଜଣେ ବଡ଼ ସମର୍ଥକ ଭାବେ କାର୍ଯ୍ୟ କରୁଥିଲେ। ଏହା ସହିତ ରାମାଫୋସା ଟୁଟୁଙ୍କୁ ଜଣେ ଦେଶପ୍ରେମୀ ବୋଲି କହିଛନ୍ତି।

ଡେସମଣ୍ଡ ଟୁଟୁଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଡେସମଣ୍ଡ ଟୁଟୁ ସାରା ବିଶ୍ୱରେ ଅସଂଖ୍ୟ ଲୋକଙ୍କୁ ରାସ୍ତା ଦେଖାଉଥିଲେ। ମାନବିକ ସମ୍ମାନ ଏବଂ ସମାନତା ଉପରେ ତାଙ୍କର ଗୁରୁତ୍ୱ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ନୋବେଲ ପୁରସ୍କାର ପାଇଥିବା ଟୁଟୁ ଜାତିଗତ ସମାନତା ପାଇଁ ସତ୍ୟ କହିବାରେ କେବେ ହେଲେ ଦ୍ୱିଧା କରୁନଥିଲେ। କେବଳ ଦକ୍ଷିଣ ଆଫ୍ରିକାରେ ନୁହେଁ ସମଗ୍ର ବିଶ୍ୱରେ ଟୁଟୁ ତାଙ୍କର କାର୍ଯ୍ୟ ପାଇଁ ବେଶ୍‌ ଲୋକପ୍ରିୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri