ପଦାର୍ଥ ବିଜ୍ଞାନରେ ନୋବେଲ ଜିତିଲେ ଜନ୍ ହୋପଫିଲଡ ଓ ଜିଓଫ୍ରେ ହିଣ୍ଟନ

ନୂଆଦିଲ୍ଲୀ,୮।୧୦: ଆମେରିକୀୟ ବୈଜ୍ଞାନିକ ଜନ୍ ହୋପଫିଲ୍ଡ ଏବଂ ବ୍ରିଟେନ-କାନାଡିୟ ବୈଜ୍ଞାନିକ ଜିଓଫ୍ରେ ହିଣ୍ଟନଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ମିଳିଛି। ଏହି ଦୁଇ ବୈଜ୍ଞାନିକ ମେଶିନ୍ ଲର୍ଣିଂର ମୂଳଦୁଆ ପକାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର ଏବଂ ଉଦ୍ଭାବନ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।

କୁତ୍ରିମ ବୁଦ୍ଧିମତାର ଗ୍ରାଣ୍ଡଫାଦର ବୋଲି ବିବେଚନା କରାଯାଏ। ଗୁଗଲ୍ ରୁ ସେ ଚାକିରି ଛାଡିବା ସମୟର ବଡ଼ ଚର୍ଚ୍ଚା ସୃଷ୍ଟି କରିଥିଲା। ତେବେ ସେ ଆବିଷ୍କାର କରିଥିବା କୁତ୍ରିମ ବୁଦ୍ଧିମତା ସମାଜ ଉପରେ କିପରି ଏହାର ନକାରାତ୍ମକ ପ୍ରଭାବ ପକାଇବ ସେ କହିଥିଲେ।

ନୋବେଲ ପୁରସ୍କାର ଘୋଷଣା ପରେ କାଲିଫର୍ଣ୍ଣିଆର ଏକ ହୋଟେଲରୁ ନୋବେଲ ସାମ୍ବାଦିକ ସମ୍ମିଳନୀରେ ଫୋନ ମାଧ୍ୟମରେ ହିଣ୍ଟନ କହିଛନ୍ତି, ”ଆମଠାରୁ ଅଧିକ ଚତୁର ଜିନିଷ କ’ଣ ହୋଇପାରେ ତାହା ଉପରେ ଆମର କୌଣସି ଅଭିଜ୍ଞତା ନାହିଁ।”

ତେବେ ସ୍ୱାସ୍ଥ୍ୟସେବା ଭଳି କ୍ଷେତ୍ରରେ ଏହା ଅନେକ କ୍ଷେତ୍ରରେ ଚମତ୍କାର ହେବ ବୋଲି ହିଣ୍ଟନ୍ କହିଛନ୍ତି। “କିନ୍ତୁ ଆମକୁ ଅନେକ ସମ୍ଭାବ୍ୟ ଖରାପ ପରିଣାମ ବିଷୟରେ ମଧ୍ୟ ଚିନ୍ତା କରିବାକୁ ପଡିବ। ବିଶେଷ କରି ଏହି ଜିନିଷଗୁଡିକ ନିୟନ୍ତ୍ରଣ ବାହାରକୁ ଆସିବାର ଆଶଙ୍କା।”

ସେହିପରି ପ୍ରିନ୍ସଟନ୍ ବିଶ୍ୱବିଦ୍ୟାଳୟର ୯୧ ବର୍ଷୀୟ ପ୍ରଫେସର ହୋପଫିଲ୍ଡ ଏକ ଆସୋସିଏଟିଭ୍ ମେମୋରୀ ସୃଷ୍ଟି କରିଛନ୍ତି ଯାହା ଚିତ୍ର ଏବଂ ଅନ୍ୟାନ୍ୟ ପ୍ରକାରର ଢାଞ୍ଚାଗୁଡ଼ିକୁ ତଥ୍ୟରେ ସଂରକ୍ଷଣ ଏବଂ ପୁନଃନିର୍ମାଣ କରିପାରିବ ବୋଲି ପୁରସ୍କାର ପ୍ରଦାନ କରୁଥିବା ରୟାଲ୍ ସ୍ୱିଡିଶ୍ ଏକାଡେମୀ ଅଫ୍ ସାଇନ୍ସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri