ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଏନ୍‌ଓସି ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର,୧୬ା୧:(ସୁନିତ୍‌ ମିଶ୍ର):  ସରକାରୀ ଚାକିରି କରିଥିବା କର୍ମଚାରୀ ବା ଅଧିକାରୀ ଯେଉଁମାନେ ୟୁପିଏସ୍‌ସି, ଓପିଏସ୍‌ସି, ଏସ୍‌ଏସ୍‌ବି, ଓଏସ୍‌ଏସ୍‌ସି, ଓଏସ୍‌ଏସ୍‌ଏସ୍‌ସି ଆଦି କରୁଥିବା ପରୀକ୍ଷା ଦେବାକୁ ଚାହୁଁଛନ୍ତି ସେମାନଙ୍କୁ ଆଉ ଏନ୍‌ଓସି(ନୋ ଅବ୍‌ଜେକ୍‌ଶନ ସାର୍ଟିଫିକେଟ) ଦରକାର ପଡିବ ନାହିଁ ।  ଆଗରୁ ସରକାରୀ କର୍ମଚାରୀ ଏହିସବୁ ପରୀକ୍ଷା ଦେବାକୁ ହେଲେ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗଠାରୁ ଏନ୍‌ଓସି ଆଣିବାକୁ ବାଧ୍ୟ ହେଉଥିଲେ। ହେଲେ ସରକାର ଏହି ବ୍ୟବସ୍ଥାକୁ ଉଚ୍ଛେଦ କରିଛନ୍ତି, ବିନା ଏନ୍‌ଓସିରେ ଏବେ ସେମାନେ ପରୀକ୍ଷା ଦେଇପାରିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଗୁରୁବାର ଏକ ଚିଠି ଜାରି କରାଯାଇଛି।

ସେଥିରେ ଉଲ୍ଲେଖ ରହିଛି, ଯେଉଁମାନେ ସରକାରୀ ଚାକିରିରେ ଥାଇ ନିଜ ଭବିଷ୍ୟତକୁ ଆଗକୁ ନେବା ଲାଗି କିଛି ସରକାରୀ ପରୀକ୍ଷା ଦେବାକୁ ଏନ୍‌ଓସି ପାଇଁ ଦୀର୍ଘସମୟ ଅପେକ୍ଷାକରି ସମୟ ନଷ୍ଟ କରୁଥିଲେ ଏହି ନିୟମରେ ପରିବର୍ତ୍ତନ କରାଯାଇଛି। ଯଦି ଆଶାୟୀ କର୍ମଚାରୀ ଏଣିକି କିଛି ପରୀକ୍ଷା ଦେବାକୁ ଚାହାନ୍ତି ତେବେ ସେମାନେ ପରୀକ୍ଷା ପାଇଁ ତାଙ୍କ ସରକାରୀ କାର୍ଯ୍ୟ ଏବଂ ଦାୟିତ୍ୱରେ ଅବହେଳା ନ କରିବା ଦରକାର। ପରୀକ୍ଷା ଦେବା ସମୟରେ ସେମାନେ ତାଙ୍କ ଉପରିସ୍ଥ ଅଧିକାରୀଙ୍କ ନିକଟରୁ ଛୁଟି ମଞ୍ଜୁରୀ ଏବଂ ମୁଖ୍ୟାଳୟ ଛାଡ଼ିବା ଅନୁମତି ନେଇ ଯିବା ଦରକାର। ଯେଉଁ ପରୀକ୍ଷା ଦେବେ ତା’ର ଆଡ୍‌ମିଟ୍‌ କାର୍ଡ କିମ୍ବା ସେ ସମ୍ବନ୍ଧିତ କାଗଜପତ୍ର ଦେଖାଇବେ। ଯଦି ସେମାନେ ଯେଉଁ ପରୀକ୍ଷା ଦେଉଛନ୍ତି ସେଥିରେ ଉତ୍ତୀର୍ଣ୍ଣ ହେଉଛନ୍ତି ତେବେ ସେମାନେ ସରକାରୀ ପଦ୍ଧତିରେ ସେହି ବିଭାଗରୁ ରିଲିଭ ହେବେ, ସେମାନଙ୍କ ଅଧାପନ୍ତରିଆ କାର୍ଯ୍ୟକୁ ସାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri