ଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର

ଭୁବନେଶ୍ୱର,୧୪।୧: ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି। ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ମଣ୍ଡି ଉପରେ କଡା ନଜର ରଖିବାକୁ ରାଜ୍ୟ ସରକାର କଡା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଉଦ୍ଦେଶ୍ୟରେ ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। କୌଣସି ଯୋଗ୍ୟ ଚାଷୀ ଧାନ କିଣା ବେଳେ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ଏଥିପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉଛି। ମଣ୍ଡିରେ ଚାଷୀ ମାନଙ୍କ ନିମନ୍ତେ ସୁବିଧା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଛି।

ବର୍ତ୍ତମାନ ବର୍ତ୍ତମାନ ରାଜ୍ୟର ୩୦ଟି ଜିଲାର ୩୯୦୩ ମଣ୍ଡି ପାଇଁ ୩୮୯୩ ଜଣ ନୋଡାଲ ଅଧିକାରୀ ନିଯୁକ୍ତ ହୋଇ ଧାନ ସଂଗ୍ରହ ପ୍ରକ୍ରିୟା ଉପରେ ନଜର ରଖିଛନ୍ତି । ଚାଷୀ ମାନଙ୍କ ସହାୟତା ପାଇଁ ପ୍ରତ୍ୟେକ ମଣ୍ଡିରେ ନୋଡାଲ ଅଧିକାରୀ ମାନେ ନିଯୁକ୍ତ ହେବା ସହ ଦୁଇରୁ ତିନୋଟି ମଣ୍ଡି ଦାୟିତ୍ୱରେ ଜଣେ ସୁପରଭାଇଜରଙ୍କୁ ନିଯୁକ୍ତ ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୩୧ ଜଣ ସୁପରଭାଇଜରଙ୍କୁ ଆବଶ୍ୟକତା ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ନିଯୁକ୍ତ କରାଯାଇଛି ।

ଏହି ଅଧିକାରୀ ମାନେ ମଣ୍ଡିକୁ ଆସୁଥିବା ପ୍ରତ୍ୟେକ ଚାଷୀଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିବା ସହ ତୁରନ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏପରିକି ଚାଷୀ ମାନେ ସେମାନଙ୍କ ଅଭିଯୋଗ ପ୍ରତ୍ୟକ୍ଷ ଭାବେ ଜଣାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି । ରାଜ୍ୟର ପଞ୍ଜିକୃତ ଚାଷୀ ମାନଙ୍କ ଠାରୁ ଧାନ କିଣା ଯିବା ସହ କ୍ୱିଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟତା ମୂଲ୍ୟ ବାବଦକୁ ୨୩ଶହ ଟଙ୍କା ଓ ଇନପୁଟ ସହାୟତା ରାଶି ଭାବେ ୮ଶହ ଟଙ୍କା ପ୍ରଦାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri