କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ୟାବିନେଟ୍‌ ବୈଠକ ପରେ ଏହି ଘୋଷଣା କରିଛନ୍ତି । ଏହି ପ୍ରସ୍ତାବକୁ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଥିବା ସେ କହିଛନ୍ତି। ଏହା ସହିତ ଜନସେବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୫ ବର୍ଷ ପୂରଣ ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇ ଉତ୍ତରପ୍ରଦେଶ କ୍ୟାବିନେଟ୍‌ରେ ଆଉ ଏକ ପ୍ରସ୍ତାବ ପାରିତ ହୋଇଛି।

କ୍ୟାବିନେଟ୍‌ ବୈଠକ ପରେ ଯୋଗୀ ଆଦିତ୍ୟନାଥ କହିଛନ୍ତି, ଅକ୍ଟୋବର ୭ ତାରିଖ ଦେଶର ଇତିହାସରେ ଏକ ସ୍ମରଣୀୟ ଦିନ। ଜନସେବା ପ୍ରତି ପ୍ରଧାନମନ୍ତ୍ରୀଙ୍କ ସମର୍ପିତ ଯାତ୍ରା ପାଇଁ ଉତ୍ତରପ୍ରଦେଶ କ୍ୟାବିନେଟ୍‌ ପକ୍ଷରୁ ତାଙ୍କୁ ଅଭିନନ୍ଦନ ଜଣାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଉତ୍ତରପ୍ରଦେଶର ସମ୍ପର୍କ ସ୍ୱତନ୍ତ୍ର । କାଶୀର ଏମପି ଭାବେ ମୋଦିଙ୍କ ନେତୃତ୍ୱରେ ରାଜ୍ୟରେ ବିକାଶମୂଳକ କାର୍ଯ୍ୟ ଆଗକୁ ବଢ଼ୁଛି । ରାଜ୍ୟରେ ଏକ୍ସପ୍ରେସ୍‌ୱେ ନେଟୱର୍କର ସମ୍ପ୍ରସାରଣ ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆୟୁଷ୍ମାନ ଭାରତ ଓ ଉଜ୍ଜ୍ୱଳା ଯୋଜନା ଭଳି କେନ୍ଦ୍ରୀୟ ଯୋଜନାର ଲାଭ ଲୋକଙ୍କ ପାଖରେ ପହଞ୍ଚୁଛି ବୋଲି ସେ ଦାବି କରିଛନ୍ତି।

ଯୋଗୀ ଆଦିତ୍ୟନାଥ କହିଛନ୍ତି, ଗତ ୯ ବର୍ଷ ମଧ୍ୟରେ ଉତ୍ତରପ୍ରଦେଶର ଅର୍ଥନୀତିରେ ବଡ଼ ପରିବର୍ତ୍ତନ ଆସିଛି । ପିଏମ୍‌ କିଷାନ ଯୋଜନା ଅଧୀନରେ ଚାଷୀଙ୍କ ଖାତାକୁ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ଅର୍ଥ ପଠାଯାଇଛି। ଏହା ସହ ଚାଷୀଙ୍କ ଋଣ ଛାଡ଼, ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଏବଂ ଆଖୁ ଚାଷୀଙ୍କୁ ୧୪ ଦିନ ମଧ୍ୟରେ ଟଙ୍କା ପ୍ରଦାନ ଭଳି ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତି।ନୋଏଡା ଇଣ୍ଟରନ୍ୟାସନାଲ ଏୟାରପୋର୍ଟର ପ୍ରଥମ ପର୍ଯ୍ୟାୟ ଓ କାର୍ଗୋ ଟର୍ମିନାଲ୍‌କୁ ୨୦୨୬ ମାର୍ଚ୍ଚ ୨୮ ତାରିଖରେ ପ୍ରଧାନମନ୍ତ୍ରୀ ମୋଦି ଉଦ୍‌ଘାଟନ କରିଥିଲେ । ପରେ ଜୁନ୍‌ ୧୫ରୁ ଏଠାରେ ଯାତ୍ରୀବାହୀ ବିମାନ ଚଳାଚଳ ଆରମ୍ଭ ହୋଇଥିଲା। ଇଣ୍ଡିଗୋ ଓ ଆକାସା ଏୟାର ଏଠାରୁ ବିମାନ ସେବା ଆରମ୍ଭ କରିଥିବା କୁହାଯାଇଛି।

ପ୍ରଥମ ପର୍ଯ୍ୟାୟ ନିର୍ମାଣରେ ପ୍ରାୟ ୧୧,୨୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଏୟାରପୋର୍ଟର ସମସ୍ତ ଚାରିଟି ପର୍ଯ୍ୟାୟର କାମ ଶେଷ ହେଲେ ଏହା ଏସିଆର ତୃତୀୟ ବୃହତ୍ତମ ବିମାନବନ୍ଦର ହେବ ବୋଲି ଆକଳନ କରାଯାଇଛି। ସମ୍ପୂର୍ଣ୍ଣ ପ୍ରକଳ୍ପରେ ପ୍ରାୟ ୨୯,୫୬୦ କୋଟି ଟଙ୍କା ଖର୍ଚ୍ଚ ହେବାର ଯୋଜନା ରହିଛି। ଜେୱର ଏୟାରପୋର୍ଟରେ ୩,୯୦୦ ମିଟର ଲମ୍ବର ରନ୍‌ୱେ ନିର୍ମାଣ କରାଯାଇଛି। ଏହା ବଡ଼ ଆକାରର ଯାତ୍ରୀବାହୀ ବିମାନ ଚଳାଚଳ ପାଇଁ ଉପଯୋଗୀ ହେବା ଭଳି ଡିଜାଇନ୍‌ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?