Posted inଜାତୀୟ

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା ଅଥରିଟିର ସିଇଓ ଏମ୍‌. ଲୋକେଶଙ୍କୁ ତାଙ୍କ ପଦବୀରୁ ବହିଷ୍କାର କରାଯାଇଛି। ଇଞ୍ଜିନିୟରଙ୍କ ମୃତ୍ୟୁକୁ ନେଇ ଦେଶବ୍ୟାପୀ ପ୍ରତିକ୍ରିୟା ପ୍ରକାଶ ପାଇଥିବାବେଳେ ଉତ୍ତରପ୍ରଦେଶ ସରକାର ସୋମବାର ଆଇଏଏସ୍‌ ଅଫିସର ଲୋକେଶଙ୍କ ବିରୋଧରେ ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତାଙ୍କୁ ପ୍ରତୀକ୍ଷା ତାଲିକାରେ ରଖିଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ଏବଂ ରିଅଲ ଇଷ୍ଟେଟ୍‌ ଡେଭେଲପରମାନଙ୍କ ଅବହେଳାରୁ ସଫ୍ଟଓ୍ବେର ଇଞ୍ଜିନିୟର ଯୁବରାଜ ମେହେଟ୍ଟାଙ୍କ ମୃତ୍ୟୁ ଘଟିଲା ବୋଲି ତାଙ୍କ ପରିବାର ଏବଂ ସ୍ଥାନୀୟ ଲୋକେ ଅଭିଯୋଗ କରିଥିଲେ। ଏହା ବିରୋଧରେ ସେମାନେ ବିକ୍ଷୋଭ ଶୋଭାଯାତ୍ରା କରିଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାକୁ ବିଚାରକୁ ନେଇ ଉପରୋକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଘଟଣାର ଏସ୍‌ଆଇଟି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ନଏଡ଼ା ଅଥରିଟି ସିଇଓ ଲୋକେଶ ହେଉଛନ୍ତି ୨୦୦୩ ବ୍ୟାଚ୍‌ର ଆଇଏଏସ୍‌ ଅଫିସର। ସେ ନଏଡ଼ା ମେଟ୍ରୋ ରେଳ କର୍ପୋରେଶନ (ଏନ୍‌ଏମ୍‌ଆର୍‌ସି)ର ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।
ଯୁବରାଜଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିିଛି। ଏହା ବ୍ୟତୀତ ହୃଦ୍‌ଘାତ ମାମଲା ସମ୍ପର୍କରେ ମଧ୍ୟ ରିପୋର୍ଟରେ କୁହାଯାଇଛି। ଶୁକ୍ରବାର ରାତିରେ ଘନ କୁହୁଡ଼ି ମଧ୍ୟରେ ଯୁବରାଜ କାର୍‌ ଚଳାଇ ଘରକୁ ଫେରୁଥିବାବେଳେ ଜଳଭର୍ତ୍ତି ଖାତରେ ଖସିପଡ଼ିଥିଲେ। ସାହାଯ୍ୟ ପାଇଁ ସେ ବାରମ୍ବାର ଚିତ୍କାର କରିଥିଲେ ମଧ୍ୟ ତୁରନ୍ତ କୌଣସି ସହାୟତା ମିଳି ନ ଥିଲା। କାର୍‌ ଓଲଟି ପଡ଼ି ପାଣିରେ ଭାସୁଥିବାବେଳେ ଯୁବରାଜ କୌଣସି ପ୍ରକାରେ ସେଥିରୁ ବାହାରି ଆସି ବାପା ରାଜକୁମାରଙ୍କୁ ଫୋନ୍‌ କରି ଦୁର୍ଘଟଣା ସମ୍ପର୍କରେ ଜଣାଇଥିଲେ ଓ ସେ ମରିବାକୁ ଚାହାନ୍ତି ନାହିଁ ବୋଲି କହିଥିଲେ। ତାଙ୍କ ବାପା ତୁରନ୍ତ ୧୧୨କୁ ଡାଏଲ କରିବା ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ତେବେ ଅନ୍ଧକାର, ଘନ କୁହୁଡ଼ି ଏବଂ ସ୍ବଳ୍ପ ଦୃଶ୍ୟମାନ୍ୟତା ଯୋଗୁ ଉଦ୍ଧାର କାର୍ଯ୍ୟ ପ୍ରଭାବିତ ହୋଇଥିଲା। ପାଣି ବରଫ ଭଳି ଥଣ୍ଡା ଥିବାରୁ ପୋଲିସ ଓ ଅଗ୍ନିଶମ କର୍ମଚାରୀ ସେଥିରେ ପ୍ରବେଶ କରିପାରି ନ ଥିଲେ। ବେସ୍‌ମେଣ୍ଟର ନିର୍ମାଣାଧୀନ ସ୍ତମ୍ଭଗୁଡ଼ିକରୁ ମଧ୍ୟ ବିପଦ ଆଶଙ୍କା କରାଯାଇଥିଲା। ରାତି ୧ଟା ୪୫ ବେଳକୁ ଯୁବରାଜ ଓ ତାଙ୍କ କାର୍‌ ସମ୍ପୂର୍ଣ୍ଣ ବୁଡ଼ିଯାଇଥିଲା।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri