Posted inଜାତୀୟ

ଶ୍ରୀକାନ୍ତ ତ୍ୟାଗି ମାମଲା: ନୋଏଡା ସୋସାଇଟିରେ ଗଣ୍ଡଗୋଳ ଉପରେ କାର୍ଯ୍ୟାନୁଷ୍ଠାନ, ଥାନା ପ୍ରଭାରି ନିଲମ୍ବିତ

ନୋଏଡା,୮ ।୮: ଉତ୍ତର ପ୍ରଦେଶର ନୋଏଡାରେ ଓଏମଏକ୍ସ ସେସୋଇଟିରେ ମହିଳାଙ୍କୁ ଧମକାଇଥିବା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଶ୍ରୀକାନ୍ତ ତ୍ୟାଗିଙ୍କ ବିରୋଧରେ ଗ୍ୟାଙ୍ଗଷ୍ଟର ଆକ୍ଟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହା ବ୍ୟତୀତ ଅଭିଯୁକ୍ତ ନେତାଙ୍କ ସମ୍ପତ୍ତି ମଧ୍ୟ ଏଥିରେ ସଂଲଗ୍ନ କରାଯିବ । ନୋଏଡା ପୋଲିସ କମିଶନର ଆଲୋକ ସିଂ ଏହି ସୂଚନା ଦେଇଛନ୍ତି ।
ଏହା ପୂର୍ବରୁ ଶନିବାର ନୋଏଡା ପୋଲିସ କହିଥିଲା, ଜଣେ ମହିଳାଙ୍କୁ କଥିତ ଭାବେ ମାରପିଟ ଅଭିଯୋଗରେ ଫେରାର ଥିବା ରାଜନେତାଙ୍କ ୪ ସହଯୋଗୀଙ୍କୁ ହାଜତକୁ ପଠାଇ ଦେଇଛନ୍ତି । ଏହାସହ ସେମାନଙ୍କର ୨ଟି ଗାଡିକୁ ବି ଜବତ କରାଯାଇଛି । ପୋଲିସ କହିଛି ଅଭିଯୁକ୍ତ ନେତାଙ୍କ ବିରୋଧରେ ଆଉ ଏକ ଏଫଆଇଆର ଦିଆଯାଇଛି । ଯେତେବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଶ୍ରୀକାନ୍ତ ତ୍ୟାଗିଙ୍କଠାରୁ ଦୂରେଇ ଯାଇଥିଲା ସେତେବେଳେ ପୋଲିସ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଥିବା କୁହାଯାଏ । ତ୍ୟାଗି ନିଜକୁ ଦଳର କୃଷକ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଦସ୍ୟ ଓ ଏହାର ଯୁବା ସମିତିର ରାଷ୍ଟ୍ରୀୟ ସମନ୍ୱୟକ କହୁଥିଲେ । ତ୍ୟାଗିଙ୍କ ବିରୋଧରେ ଭାରତୀୟ ଦଣ୍ଡ ସଂହିତାର ଧାରା ୩୫୪ ଆଧାରରେ ମାମଲା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri