Posted inଜାତୀୟ

ସଂସଦର ଉଭୟ ଗୃହରେ ହଟ୍ଟଗୋଳ…

ନୂଆଦିଲ୍ଲୀ,୨୨।୭: ଜୁଲାଇ ୧୯ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ତେବେ ବିରୋଧୀ ଦଳଙ୍କ ବିଭିନ୍ନ ଦାବି ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ନିୟନ୍ତ୍ରଣ ନେଇ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ସରକାରଙ୍କୁ ଘେରାଯିବା ଯୋଜନା କରାଯାଇଛି। ସେହିପରି ଅକ୍ସିଜେନ ଅଭାବରେ କେତେ ଜଣଙ୍କ ମୃତ୍ୟୁ ଘଟିଛି ତାହାର ରିପୋର୍ଟ ଦେବାକୂ ବିରୋଧୀ ଦାବି କରିଛନ୍ତି। ସରକାର କରୋନା ଆକ୍ରାନ୍ତଙ୍କ ଠିକ୍‌ ହିସାବ ଦେଇ ନ ଥିବା ବିରୋଧୀ ଅଭିଯୋଗ କରିଛନ୍ତି। ଅପରପକ୍ଷରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଭିଯୋଗ ହୋଇଛି ଯେ ବିରୋଧୀ ଜାଣିଶୁଣି ଉଭୟ ଗୃହକୁ ଅଚଳ କରିଛନ୍ତି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଉଭୟ ଗୃହକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଛି। ଏନେଇ ଲୋକ ସଭା ବାଚସ୍ପତି ଓମ୍‌ ବିରଳା ଏବଂ ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ଗୃହରେ ଘୋଷଣା କରିଥିଲେ। ଏହାପରେ ଲୋକ ସଭାକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିବାବେଳେ ରାଜ୍ୟ ସଭାକୁ ଶୁକ୍ରବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri