ଜାଲ୍‌ ଜାତି ପ୍ରମାଣପତ୍ରରେ ନାମାଙ୍କନ

ବାଲିକୁଦା(ସ୍ବ.ପ୍ର.)/ଭୁବନେଶ୍ୱର(ବ୍ୟୁରୋ),୨୫ା୧: ଜଗତ୍‌ସିଂହପୁର ଜିଲା ବାଲିକୁଦା ୨ନଂ. ଜୋନ୍‌ରେ ଜିଲା ପରିଷଦ ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ ସମୟରେ ଜାଲ୍‌ ଜାତିଗତ ପ୍ରମାଣପତ୍ର ଦିଆଯାଇଛି। ଏଭଳି ଅଭିଯୋଗ ଆଣି ପ୍ରାର୍ଥୀ ଜଟାଧାରୀ ଦାସଙ୍କ ବିରୋଧରେ କଂଗ୍ରେସ ସୋମବାର ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀଙ୍କୁ ଭେଟିଛି। ଦଳର ଅଭିଯୋଗ ଅନୁଯାୟୀ, ଦାସ ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି। ଏହି ଜୋନ୍‌ଟି ଅନୁସୂଚିତ ବର୍ଗର ଜାତି ପାଇଁ ଉଦ୍ଦିଷ୍ଟ ଥିବା ବେଳେ ଦାସ ସାଧାରଣ ବର୍ଗର। ମାତ୍ର ସେ ମିଥ୍ୟା ଜାତିଗତ ପ୍ରମାଣପତ୍ର ଆଧାରରେ ଅନୁସୂଚିତ ଜାତିର ବୋଲି ଦର୍ଶାଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାଛଡ଼ା ଦାସଙ୍କ ୨ଟି ସ୍ତ୍ରୀ ଥିବା ବେଳେ ସତ୍ୟପାଠରେ ଜଣେ ବୋଲି ଦର୍ଶାଯାଇଛି । ଏ ସମ୍ପର୍କରେ ରବିବାର ଜିଲା ରିଟର୍ନିଂ ଅଫିସରଙ୍କ ନିକଟରେ କଂଗ୍ରେସ ଫେରାଦ ହୋଇଥିଲା। ମାତ୍ର କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ କଂଗ୍ରେସ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ସମ୍ପୃକ୍ତ ଅଫିସର ବିରୋଧରେ ଅଭିଯୋଗ କରିଛନ୍ତି। ଏଥିସହ ଉପରୋକ୍ତ ଅଭିଯୋଗର ତଦନ୍ତ କରି ସମ୍ପୃକ୍ତ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ନାକଚ କରିବା ସହ ତାଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରିବାକୁ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ପ୍ରାର୍ଥୀ ଦାସ କହିଛନ୍ତି, ତାଙ୍କର ଜାତିଗତ ପ୍ରମାଣପତ୍ର ଠିକ୍‌ ରହିଛି। ସେ କୌଣସି ଭୁଲ୍‌ ଜାତି ପ୍ରମାଣପତ୍ର ସରକାରୀ ଅଫିସରୁ ବାହାର କରିନାହାନ୍ତି। ସେହିପରି ୨ ସ୍ତ୍ରୀ ଥିବା ସମ୍ପର୍କରେ ସେ କହିଛନ୍ତି, ପ୍ରଥମେ ସୁଲୋଚନା ସେନାପତିଙ୍କୁ ବିବାହ କରିଥିଲେ। ୨୦୧୨ରେ ତାଙ୍କ ମୃତ୍ୟୁ ପରେ ସେ ପ୍ରତିମା ବେହେରାଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?