ପ୍ରାର୍ଥତ୍ପତ୍ର ଯାଞ୍ଚ ଶେଷ: ୧୪ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ବଳବତ୍ତର, ୫ ନାକଚ

ନୂଆପଡ଼ା,୨୨ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ପ୍ରାର୍ଥିତ୍ୱ ନାକଚ ହୋଇଥିବା ପ୍ରାର୍ଥୀମାନେ ହେଲେ ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳରୁ ସୀତାରାମ ବେହେରା ଏବଂ ୩ ଜଣ ସ୍ବାଧୀନ ପ୍ରାର୍ଥୀ ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ ଏବଂ ଭୁଜବଳ ଆଡ଼ବଙ୍ଗ। ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ପ୍ରାର୍ଥୀ ଭାଜପାରୁ ଜୟ ଢୋଲକିଆ, ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀଙ୍କ ପ୍ରାର୍ଥିତ୍ୱ ବଳବତ୍ତର ରହିଛି। ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସହ ୮ ଜଣ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଠିକ୍‌ ରହିଛି। ଆଜି ପ୍ରାର୍ଥିପତ୍ର ଯାଞ୍ଚ ସମୟରେ ନିର୍ବାଚନ ସାଧାରଣ ପର୍ଯ୍ୟବେକ୍ଷକ ପ୍ରକାଶ ବିନ୍ଦୁ, ଭାପ୍ରସେ ଏବଂ ରିଟର୍ଣ୍ଣିଂ ଅଫିସର ସୁର୍ମି ସୋରେନ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri