ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ ଆଶାୟୀ ପ୍ରାର୍ଥୀମାନେ ନିର୍ବାଚନ ଅଧିକାରୀ ଚନ୍ଦ୍ରଧ୍ୱଜ ସିଂହଙ୍କ ନିକଟରେ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରାର୍ଥିପତ୍ର ଦାଖଲର ପ୍ରଥମ ଦିବସରେ ସଭାପତି ପଦବୀ ନିମନ୍ତେ ରସାନନ୍ଦ ରାଉତ, ଏ.ସୋମେଶ୍ୱର ରାଓ, ସମ୍ପାଦକ ପଦବୀ ନିମନ୍ତେ କୁରେଶୁ ପଣ୍ଡା ପ୍ରମୁଖ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରାର୍ଥିପତ୍ର ଦାଖଲ ସମୟ ସୀମା ସୋମବାର ଅପରାହ୍ନ ୩ ଟା ଯାଏ ରହିଛି। ଆସନ୍ତା ବୁଧବାର ପ୍ରାର୍ଥିପତ୍ର ଯାଞ୍ଚ ହେବ। ଯୋଗ୍ୟ ପ୍ରାର୍ଥୀ ତାଲିକା ଗୁରୁବାର ପ୍ରକାଶିତ ହେବ। କୌଣସି ପ୍ରାର୍ଥୀ ଚାହିଁଲେ ଶୁକ୍ରବାର ତାଙ୍କ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ। ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଆସନ୍ତା ଶନିବାର ପ୍ରକାଶ ପାଇବ। ଆସନ୍ତା ୨୮ ତାରିଖ ସକାଳ ୭:୩୦ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବ। ୪ଟା ପରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ନିର୍ବାଚନ ଅଧିକାରୀ ଜଣାଇଛନ୍ତି।
ଚଳିତ ରାଜ୍ୟ ବାର୍‌ କାଉନସିଲର ନିର୍ଦ୍ଦେଶକ୍ରମେ ଓକିଲ ସଂଘ ନିର୍ବାଚନରେ ମହିଳା ଆଇନଜୀବୀଙ୍କ ପାଇଁ ୩୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରଖାଯାଇଥିଲେ ମଧ୍ୟ ଖେମୁଣ୍ଡି ଓକିଲ ସଂଘର ବୈଧ ଭୋଟର ତାଲିକାରେ କୌଣସି ମହିଳା ଆଇନଜୀବୀଙ୍କ ନାଁ ନ ଥିବାରୁ କର୍ମକର୍ତ୍ତା ନିର୍ବାଚନ ସରିବା ପରେ ସଂଘର ପ୍ରଥମ ବୈଠକରେ କାର୍ଯ୍ୟକାରୀ କମିଟି ସଭ୍ୟ ଚୟନ ସମୟରେ ମହିଳା ସଂରକ୍ଷଣ ବ୍ୟବସ୍ଥା ଅନୁଯାୟୀ ମହିଳା ଆଇନଜୀବୀଙ୍କୁ କମିଟିରେ ସାମିଲ କରାଯିବ ବୋଲି ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri