ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର ମିଶ୍ର। ହଜାର ହଜାର ସମର୍ଥକଙ୍କ ସହ ବୌଦ୍ଧ ସହରର ରାମେଶ୍ୱର ମନ୍ଦିରରୁ ବିରାଟ ପଟୁଆରରେ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଦାଖଲ କରିଥିଲେ। ଏହି ସମୟରେ ୫ ହଜାରରୁ ଅଧିକ ଦଳୀୟ ପ୍ରାର୍ଥୀ ଶୋଭାଯାତ୍ରାରେ ଆସିଥିଲେ।