ଆଜି ନାମାଙ୍କନ ପତ୍ର ଦାଖଲ ଶେଷ

ଭୁବନେଶ୍ୱର,୭ା୩(ବ୍ୟୁରୋ): ଆସନ୍ତା ୨୪ ତାରିଖରେ ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ନିର୍ବାଚନ ଅନୁଷ୍ଠିତ ହେବ। ସୋମବାର ଅପରାହ୍ନ ୫ଟା ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ହେବ। ଏ ନେଇ ରବିବାର ବିଭିନ୍ନ ପୌର ପରିଷଦରେ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରାର୍ଥତ୍ପତ୍ର ଦାଖଲ ନେଇ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆସନ୍ତା ୯ ତାରିଖରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବ। ୧୦ ତାରିଖରେ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ବୈଧ ପ୍ରାର୍ଥୀଙ୍କ ନାମ ପ୍ରକାଶ କରାଯିବ। ୧୪ ତାରିଖ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରାଯାଇ ପାରିବ। ସେହି ଦିନ ଅପରାହ୍ନ ୫ଟା ସୁଦ୍ଧା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ। ମାର୍ଚ୍ଚ ୨୪ରେ ଭୋଟଗ୍ରହଣ କରାଯିବ। ୨୬ ତାରିଖରେ ଭୋଟ ଗଣତି ହେବ। ୨୯ ତାରିଖରେ ନିର୍ବାଚିତ ହୋଇଥିବା ମେୟର, ପୌରାଧ୍ୟକ୍ଷ ଏବଂ କର୍ପୋରେଟରମାନଙ୍କର ନାମ ରାଜ୍ୟ ନିର୍ବାଚନ କମିଶନଙ୍କ ଗେଜେଟ୍‌ରେ ପ୍ରକାଶ କରାଯିବ। ମାର୍ଚ୍ଚ ୩୧ରେ ଡେପୁଟି ମେୟର ନିର୍ବାଚନ ସକାଶେ ନିର୍ବାଚିତ ମେୟର ଓ କର୍ପୋରେଟରମାନଙ୍କର ଏକ ସ୍ବତନ୍ତ୍ର ବୈଠକ ଡକାଯିବ। ଏପ୍ରିଲ ୮ ତାରିଖରେ ଡେପୁଟି ମେୟର ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri