Posted inଜାତୀୟ

୮ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ନାମ ସୁପାରିସ

ନୂଆଦିଲ୍ଲୀ, ୧୮।୯: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ୟୁ.ୟୁ. ଲଲିତ ଏବଂ ଏ.ଏମ୍‌. ଖାନ୍‌ଓ୍ବିଲକରଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟ କଲେଜିୟମ୍‌ ୮ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ଲାଗି ନାମ ସୁପାରିସ କରିଛନ୍ତି। ଏକାଥରେ ୮ ଜଣଙ୍କୁ ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ପାଇଁ ସୁପାରିସ୍‌ କରାଯିବା ଏକ ରେକର୍ଡ। ଏହା ବ୍ୟତୀତ ବିଭିନ୍ନ ହାଇକୋର୍ଟର ୫ ମୁଖ୍ୟ ବିଚାରପତି ଏବଂ ୨୮ ବିଚାରପତିଙ୍କ ବଦଳି ପାଇଁ ସୁପାରିସ କରାଯାଇଛି। କାଲକାଟା ହାଇକୋର୍ଟର କାର୍ଯ୍ୟକାରୀ ବିଚାରପତି ଜଷ୍ଟିସ୍‌ ରାଜେଶ ବିନ୍ଦଲଙ୍କୁ ଆଲ୍ଲାହାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଲାଗି ସୁପାରିସ କରାଯାଇଛି। ସେହିପରି ମଧ୍ୟପ୍ରଦେଶ ହାଇକୋର୍ଟ ବିଚାରପତି ପ୍ରକାଶ ଶ୍ରୀବାସ୍ତବଙ୍କୁ କାଲକାଟା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ, ଛତିଶଗଡ଼ ହାଇକୋର୍ଟ ବିଚାରପତି ପ୍ରଶାନ୍ତ କୁମାର ମିଶ୍ରଙ୍କୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ, ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଋତୁରାଜ ଅଓ୍ବସ୍ତିଙ୍କୁ କର୍ନାଟକ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ, କର୍ନାଟକ ହାଇକୋର୍ଟ ବିଚାରପତି ସତୀଶ ଚନ୍ଦ୍ର ଶର୍ମାଙ୍କୁ ଟେଲଙ୍ଗାନା ହାଇକୋର୍ଟ ମୁଖ୍ୟ ବିଚାରପତି, ମେଘାଳୟ ହାଇକୋର୍ଟ ବିଚାରପତି ରଞ୍ଜିତ୍‌ ଭି. ମୋରେଙ୍କୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି, କର୍ନାଟକ ହାଇକୋର୍ଟ ବିଚାରପତି ଅରବିନ୍ଦ କୁମାରଙ୍କୁ ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଏବଂ କର୍ନାଟକ ହାଇକୋର୍ଟ ବିଚାରପତି ଆର୍‌.ଭି. ମାଲିମାଥଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବାକୁ ସୁପ୍ରିମକୋର୍ଟ କଲେଜିୟମ କହିଛି।
ବ୍ୟତୀତ ତ୍ରିପୁରା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଅକିଲ କୁରେଶୀଙ୍କୁ ରାଜସ୍ଥାନ ବଦଳି ଲାଗି ସୁପାରିସ କରାଯାଇଥିବାବେଳେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଅରୂପ କୁମାର ଗୋସ୍ବାମୀଙ୍କୁ ଛତିଶଗଡ଼, ମଧ୍ୟପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌ଙ୍କୁ ହିମାଚଳପ୍ରଦେଶ, ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଇନ୍ଦ୍ରଜିତ ମହାନ୍ତିଙ୍କୁ ତ୍ରିପୁରା ଏବଂ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ବିଶ୍ୱନାଥ ସୋମାଦେର୍‌ଙ୍କୁ ସିକ୍କିମ ହାଇକୋର୍ଟକୁ ବଦଳି ଲାଗି କଲେଜିୟମ୍‌ ସୁପାରିସ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?