ଖୋର୍ଦ୍ଧା ଅଫିସ,୨୧ା୧୦: ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ (କେସିସିବି) ପରିଚାଳନା ପରିଷଦ ଉପାଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଏହି ପଦବୀ ପାଇଁ ସୋମବାର ନାମାଙ୍କନ ଦାଖଲ ରହିଛି। ପୂର୍ବାହ୍ନ ୧୧ଟାଠାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ନାମାଙ୍କନ ଦାଖଲ, ଅପରାହ୍ନ ୧ଟା ଠାରୁ ୨ଟା ପର୍ଯ୍ୟନ୍ତ ଆପତ୍ତି ଅଭିଯୋଗ ଶୁଣାଣି କରାଯିବ। ୨୩ ତାରିଖରେ ପୂର୍ବାହ୍ନ ୧୧ଟା ଠାରୁ ଅପରାହ୍ନ ୧ଟା ମଧ୍ୟରେ ନାମାଙ୍କନ ପ୍ର୍ଯଯାହାର ଏବଂ ୨୮ତାରିଖରେ ବୋର୍ଡ ନିର୍ଦ୍ଦେଶକଙ୍କୁ ନେଇ ମତଦାନ କରାଯିବ ବୋଲି ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ମନୋଜ ପାଢୀ ସୂଚନା ଦେଇଛନ୍ତି। ୧୫ ବୋର୍ଡ ନିର୍ଦ୍ଦେଶକଙ୍କ ମଧ୍ୟରୁ ୧୨ଜଣ ଶାସକ ଦଳ ସମର୍ଥିତ ରହିଛନ୍ତି। ପୂର୍ବରୁ ପରିଚାଳାନ ପରିଷଦ ସଭାପତି ଭାବେ ୧୪ନଂ. ବୋର୍ଡ ନିର୍ଦ୍ଦେଶକ ଅଭିଷେକ ସିଂ ସାମନ୍ତ ଶାସକ ଦଳ ସମର୍ଥନରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଥିଲେ। ପୂର୍ବରୁ ଅଧ୍ୟକ୍ଷ ପଦବୀକୁ ନେଇ ଦଳରେ ଛକାପଞ୍ଝା ଲାଗି ରହିଥିଲା। ଶେଷରେ ବିଧାୟକଙ୍କ ନିଷ୍ପତ୍ତି କ୍ରମେ ଜିଲା ପର୍ଯ୍ୟବେକ୍ଷିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଅଭିଷେକଙ୍କ ନାମ ଘୋଷଣା କରିଥିଲେ। ଏବେ ପଦ୍ମପୁର ନିର୍ବାଚନ ଲାଗି ଜିଲା ସଭାପତି ବିଭୂତି ବଳବନ୍ତରାୟ, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ଅନୁପସ୍ଥିତ ରହିଛନ୍ତି। ତେବେ ଦଳ କାହାକୁ ଉପାଧ୍ୟକ୍ଷା ଭାବେ ନାମ ଘୋଷଣା କରିବ, ତାହାକୁ ନେଇ ଚର୍ଚ୍ଚା ଜୋର ଧରିଛି।
Posted inHome, Home Left, ଆମ ଜିଲା ଖବର, ଖୋର୍ଦ୍ଧା View All
ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ…
ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍ଦବା ? ରହିଛି ଅନେକ ସ୍ବାର୍ଥ
ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍ଫାୟାର୍) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…
ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
Archives

