ଇମ୍ରାନ୍‌ଙ୍କ ବିରୋଧରେ ଜାମିନବିହୀନ ଗିରଫ ପରଓ୍ବାନା

ଇସ୍‌ଲାମାବାଦ, ୧୪ା୩: ମହିଳା ବିଚାରପତି ଜେବା ଚୌଧରୀଙ୍କୁ ଧମକ ଦେବା ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ସୋମବାର ଏକ ସିଭିଲ ଜଜ୍‌ ଡିଷ୍ଟ୍ରିକ୍ଟ ସେସନ୍ସ କୋର୍ଟ ଜାମିନବିହୀନ ଗିରଫ ପରଓ୍ବାନା ଜାରି କରିଛନ୍ତି। ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ(ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ସୋମବାର କୋର୍ଟରେ ହାଜର ହେବାକୁ ଥିବାବେଳେ ସୁରକ୍ଷା କାରଣ ଦର୍ଶାଇ ସେ ଉପସ୍ଥିତ ହୋଇ ନ ଥିଲେ। ଫଳରେ ଅଦାଲତ ତାଙ୍କ ଆବେଦନକୁ ଖାରଜ କରିଦେବା ସହ ଗିରଫ ପରଓ୍ବାନା ଜାରି କରିଛନ୍ତି। ତାଙ୍କୁ ମାର୍ଚ୍ଚ ୨୯ରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସହଯୋଗୀ ଶାହବାଜ୍‌ ଗିଲ୍‌ଙ୍କୁ ହାଜତରେ ନିର୍ଯାତନା ଦିଆଯାଉଥିବା ଘଟଣାରେ ସମବେଦନା ଜଣାଇବାକୁ ଗତବର୍ଷ ଅଗଷ୍ଟରେ ଇମ୍ରାନ୍‌ ଏକ ରାଲିରେ ଜଜ୍‌ ଜେବା ଚୌଧରୀଙ୍କୁ ଧମକ ଦେଇଥିଲେ। କାର୍ଯ୍ୟାନୁଷ୍ଠାନ ପାଇଁ ସେ ପ୍ରସ୍ତୁତ ରହନ୍ତୁ ବୋଲି ଇମ୍ରାନ କହିଥିଲେ। ପିଟିଆଇ ନେତାଙ୍କ ଏଭଳି ମନ୍ତବ୍ୟ ପାଇଁ ତାଙ୍କ ବିରୋଧରେ ଏତଲା ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri