Posted inଖେଳ

ସୁଶୀଲଙ୍କ ବିରୋଧରେ ଜାମିନବିହୀନ ଗିରଫ ପରଓ୍ବାନା

ନୂଆଦିଲ୍ଲୀ, ୧୬ା୫: ଦୁଇଥର ଅଲିମ୍ପିକ ପଦକ ବିଜୟୀ ରେସ୍‌ଲର ସୁଶୀଲ କୁମାରଙ୍କ ବିରୋଧରେ ଦିଲ୍ଲୀର ଏକ କୋର୍ଟ ଜାମିନବିହୀନ ଗିରଫ ପରଓ୍ବାନା ଜାରି କରିଛନ୍ତି। କେବଳ ସୁଶୀଲ ନୁହନ୍ତି ପୂର୍ବତନ ଜାତୀୟ ଜୁନିୟର ରେସ୍‌ଲିଂ ଚାମ୍ପିୟନ ୨୩ ବର୍ଷୀୟ ସାଗର ରାଣାଙ୍କୁ ହତ୍ୟା ମାମଲାରେ ଅନ୍ୟ ୯ଜଣଙ୍କୁ ମଧ୍ୟ ଜାମିନବିହୀନ ଗିରଫ ପରଓ୍ବାନା ଜାରି କରାଯାଇଛି। ସୁଶୀଲ କୁମାର ନିଖୋଜ ହୋଇଯିବା ପରେ ପୂର୍ବରୁ ଦିଲ୍ଲୀ ପୋଲିସ ତାଙ୍କ ବିରୋଧରେ ଏକ ଲୁକ୍‌ଆଉଟ ନୋଟିସ ଜାରି କରିଥିଲା। ପୋଲିସ ଶୁକ୍ରବାର ଦିଲ୍ଲୀ ସରକାରଙ୍କ ନିକଟକୁ ଏକ ଚିଠି ଲେଖିଛି। ଏକ ହତ୍ୟା ମାମଲାରେ ଅଭିଯୁକ୍ତ ହୋଇଥିଲେ ମଧ୍ୟ ସୁଶୀଲ କୁମାର ଏବେ ସୁଦ୍ଧା ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି(ଓଏସ୍‌ଡି) ପଦବୀରେ ରହିଛନ୍ତି ବୋଲି ଏଥିରେ ଉଲ୍ଲେଖ କରିଛି। ତାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ନିବେଦନ କରିଛି। ପୋଲିସ ମଧ୍ୟ ସୁଶୀଲଙ୍କୁ ଧରିବା ଲାଗି ପୁରସ୍କାର ଘୋଷଣା କରିବା ଲାଗି ବିଚାର କରି ଦେଖୁଛି। ଛତ୍ରସାଲ ଷ୍ଟାଡିୟମରେ ଗଣ୍ଡଗୋଳ ଘଟଣାର ଅନ୍ୟତମ ଅଭିଯୁକ୍ତ ସୁଶୀଲ ନିଜକୁ ନିର୍ଦ୍ଦୋଷ ବୋଲି କହୁଛନ୍ତି। ଖବର ଅନୁସାରେ ଦୁଇ ଗୋଷ୍ଠୀ ରେସ୍‌ଲରଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। କ୍ରମେ ଉତ୍ତେଜନା ବୃଦ୍ଧିପାଇବାରୁ ଉଭୟ ପକ୍ଷ ପରସ୍ପରକୁ ଗୁଳିଚାଳନା କରିଥିଲେ। ଗୁଳିମାଡ଼ରେ ପୂର୍ବତନ ଜାତୀୟ ଜୁନିୟର ରେସଲିଂ ଚାମ୍ପିୟନ ସାଗରଙ୍କର ମୃତ୍ୟୁ ଘଟିଥିଲା। ସେହିଦିନଠାରୁ ସୁଶୀଲ ନିଖୋଜ ଅଛନ୍ତି। କିନ୍ତୁ ସେ କହୁଛନ୍ତି ଏହି ଗଣ୍ଡଗୋଳ ସହ ସେ କିମ୍ବା ତାଙ୍କ ରେସ୍‌ଲରମାନଙ୍କ ସମ୍ପୃକ୍ତି ନାହିଁି। କେତେଜଣ ଅଜଣା ବ୍ୟକ୍ତି ଷ୍ଟାଡିୟମ ପରିସରରେ ପ୍ରବେଶ କରି ଏହି କାଣ୍ଡ ଭିଆଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?