Posted inଜାତୀୟ

ମୁମ୍ବାଇରେ ହେବ ଅଣଭାଜପା ମୁଖ୍ୟମନ୍ତ୍ରୀ ସମ୍ମିଳନୀ

ମୁମ୍ବାଇ,୧୮।୪ : ଦେଶର ସାମ୍ପ୍ରତିକ ରାଜନୈତିକ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଖୁବ୍‌ଶୀଘ୍ର ମୁମ୍ବାଇରେ ଅଣଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇପାରେ। ଶିବସେନା ଏମ୍‌ପି ସଞ୍ଜୟ ରାଉତ ରବିବାର ଏହି ସୂଚନା ଦେଇଛନ୍ତି। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଣଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ପତ୍ର ଲେଖିଥିଲେ। ମୁମ୍ବାଇରେ ଏହି ସମ୍ମିଳନୀ ଆୟୋଜନ ପାଇଁ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଆଲୋଚନା କରିଥିବା ରାଉତ୍‌ କହିଛନ୍ତି। ବେରୋଜଗାରି, ମୁଦ୍ରାସ୍ଫୀତି, କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର ଏବଂ ସାମ୍ପ୍ରଦାୟିକ ବିବାଦ ସୃଷ୍ଟି ଉଦ୍ୟମ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।
ଦେଶର ବିଭିନ୍ନ ସ୍ଥାନରେ ଘଟିଯାଇଥିବା ସାମ୍ପ୍ରଦାୟିକ ଦଙ୍ଗାକୁ ନେଇ ଶନିବାର ୧୩ ବିରୋଧୀ ଦଳର ନେତାମାନେ ଗଭୀର ଉଦ୍‌ବେଗ ପ୍ରକାଶ କରି ଏକ ମିିଳିତ ବିବୃତି ଜାରି କରିଥିଲେ। ଶାନ୍ତି ଓ ସଦ୍‌ଭାବନା ବଜାୟ ରଖିବା ଲାଗି ସେମାନେ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଖାଦ୍ୟ, ବସ୍ତ୍ର, ବିଶ୍ୱାସ, ଉତ୍ସବ ଓ ଭାଷାକୁ ନେଇ ଯେଭଳି ବିବାଦ ସୃଷ୍ଟି କରାଯାଉଛି ତାହା ଚିନ୍ତାଜନକ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସମେତ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ, ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ପ୍ରମୁଖ ମିଳିତ ବିବୃତିରେ କହିଥିଲେ। ଶାସକ ଦଳ ସମାଜରେ ଧ୍ରୁବୀକରଣ ପାଇଁ ଉଦ୍ୟମ କରୁଥିବା ସେମାନେ ଅଭିଯୋଗ କରିଥିଲେ। ସାମ୍ପ୍ରଦାୟିକ ହିଂସାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀରବତା ସେମାନଙ୍କୁ ବ୍ୟଥିତ କରିଥିବା ବିପକ୍ଷ ନେତାମାନେ କହିଥିଲେ। ରାମ ନବମୀ ଓ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଉପରେ ଆକ୍ରମଣ ନିର୍ବାଚନ ହେବାକୁ ଥିବା ରାଜ୍ୟରେ ଭୋଟରଙ୍କୁ ଭାଗ ଭାଗ କରିବା ଲାଗି ରାଜନୈତିକ ପ୍ରାୟୋଜିତ ବୋଲି ରାଉତ ଅଭିଯୋଗ କରିଛନ୍ତି। ମସ୍‌ଜିଦଗୁଡ଼ିକରୁ ଡାକବାଜି ଯନ୍ତ୍ର ହଟାଇବା ପାଇଁ ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖାଉଥିବା ଏମ୍‌ଏନ୍‌ଏସ୍‌ ମୁଖ୍ୟ ରାଜ ଠାକ୍‌ରେଙ୍କୁ ଶିବସେନା ନେତା ହିନ୍ଦୁ ଓଓ୍ବାଇସି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri