ଅଣସଂକ୍ରମିତ ରୋଗ ଔଷଧ ମିଳୁନି

ବାଲିଆ,୨୭ା୮(ସ୍ବ.ପ୍ର.): ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କିଛି ଦିନ ହେବ ଅଣସଂକ୍ରମିତ ରୋଗର ଔଷଧ ମିଳୁନାହିଁ। ବିଶେଷ କରି ଡାଇବେଟିସ, ବ୍ଲଡ ପ୍ରେସର, ଶ୍ୱାସ ଭଳି ରୋଗର ଔଷଧ ମିଳୁନାହିଁ। ରୋଗୀମାନେ ଔଷଧ ପାଇଁ ପ୍ରତିଦିନ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ନିରାଶ ହୋଇ ଫେରୁଛନ୍ତି। ଏସବୁ ଔଷଧ ଆସିବା ବର୍ତ୍ତମାନ ସମୟରେ ବନ୍ଦ ରହିଥିବା ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବର୍ତ୍ତମାନ ସମୟରେ ଏହି ରୋଗ ମାରାତ୍ମକ ରୂପ ଧାରଣ କରିବାରେ ଲାଗିଛି। ଅଧିକାଂଶ ଲୋକ ଏଭଳି ରୋଗର ଶିକାର ହେଉଥିବା ବେଳେ ଏହା ମଧ୍ୟ ବ୍ୟୟବହୁଳ। ପୂର୍ବରୁ ଗରିବ ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରୁ ନିରାମୟ ଯୋଜନାରେ ମାଗଣାରେ ଔଷଧ ନେଉଥିଲେ। ମାତ୍ର ଏହା ଏବେ ମିଳୁ ନଥିବାରୁ ସେମାନଙ୍କୁ ହନ୍ତସନ୍ତ ହେବାକୁ ପଡ଼ୁଛି। ଥରେ ଏସବୁ ରୋଗରେ ଆକ୍ରାନ୍ତ ହେଲେ ପ୍ରତିଦିନ ଔଷଧ ଖାଇବାକୁ ପଡ଼େ। ବହୁ ସମୟରେ ରୋଗୀ ଔଷଧ କିଣି ନ ପାରି ଗୁରୁତର ହୋଇଯାଉଥିବା ନଜୀର ରହିଛି। ତୁରନ୍ତ ଏସବୁ ଅଣସଂକ୍ରମିତ ଔଷଧ ସ୍ବାସ୍ଥ୍ୟକେନ୍ଦ୍ରରେ ଯୋଗାଇଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
ଏ ସମ୍ପର୍କରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ରାକେଶ ମହାନ୍ତି କୁହନ୍ତି, ପ୍ରକୃତ ପକ୍ଷେ ଏହା ନ ମିଳିବାରୁ ଲୋକମାନଙ୍କ ପାଇଁ ସମସ୍ୟା ଉପୁଜିଛି। ଏନେଇ ଉପରିସ୍ଥ ଅଧିକାରୀଙ୍କ ନିକଟରେ ଲିଖିତଭାବେ ଅଭିଯୋଗ କରାଯାଇଛି। ଏବେ ଜିଲା ସାରା କୌଣସି ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ଔଷଧ ମିଳୁନାହିଁ। ଔଷଧ ଆମ ପାଖରେ ପହଞ୍ଚତ୍ଲେ ଆମେ ରୋଗୀଙ୍କୁ ଦେବୁ। ଏନେଇ ସେମାନଙ୍କୁ ଆଉ ୩ରୁ ୪ ଦିନ ଅପେକ୍ଷା କରିବାକୁ ପଡ଼ିିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri