ଅଣସଂକ୍ରମିତ ରୋଗ ଔଷଧ ମିଳୁନି

ବାଲିଆ,୨୭ା୮(ସ୍ବ.ପ୍ର.): ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କିଛି ଦିନ ହେବ ଅଣସଂକ୍ରମିତ ରୋଗର ଔଷଧ ମିଳୁନାହିଁ। ବିଶେଷ କରି ଡାଇବେଟିସ, ବ୍ଲଡ ପ୍ରେସର, ଶ୍ୱାସ ଭଳି ରୋଗର ଔଷଧ ମିଳୁନାହିଁ। ରୋଗୀମାନେ ଔଷଧ ପାଇଁ ପ୍ରତିଦିନ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ନିରାଶ ହୋଇ ଫେରୁଛନ୍ତି। ଏସବୁ ଔଷଧ ଆସିବା ବର୍ତ୍ତମାନ ସମୟରେ ବନ୍ଦ ରହିଥିବା ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ବର୍ତ୍ତମାନ ସମୟରେ ଏହି ରୋଗ ମାରାତ୍ମକ ରୂପ ଧାରଣ କରିବାରେ ଲାଗିଛି। ଅଧିକାଂଶ ଲୋକ ଏଭଳି ରୋଗର ଶିକାର ହେଉଥିବା ବେଳେ ଏହା ମଧ୍ୟ ବ୍ୟୟବହୁଳ। ପୂର୍ବରୁ ଗରିବ ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରୁ ନିରାମୟ ଯୋଜନାରେ ମାଗଣାରେ ଔଷଧ ନେଉଥିଲେ। ମାତ୍ର ଏହା ଏବେ ମିଳୁ ନଥିବାରୁ ସେମାନଙ୍କୁ ହନ୍ତସନ୍ତ ହେବାକୁ ପଡ଼ୁଛି। ଥରେ ଏସବୁ ରୋଗରେ ଆକ୍ରାନ୍ତ ହେଲେ ପ୍ରତିଦିନ ଔଷଧ ଖାଇବାକୁ ପଡ଼େ। ବହୁ ସମୟରେ ରୋଗୀ ଔଷଧ କିଣି ନ ପାରି ଗୁରୁତର ହୋଇଯାଉଥିବା ନଜୀର ରହିଛି। ତୁରନ୍ତ ଏସବୁ ଅଣସଂକ୍ରମିତ ଔଷଧ ସ୍ବାସ୍ଥ୍ୟକେନ୍ଦ୍ରରେ ଯୋଗାଇଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
ଏ ସମ୍ପର୍କରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ରାକେଶ ମହାନ୍ତି କୁହନ୍ତି, ପ୍ରକୃତ ପକ୍ଷେ ଏହା ନ ମିଳିବାରୁ ଲୋକମାନଙ୍କ ପାଇଁ ସମସ୍ୟା ଉପୁଜିଛି। ଏନେଇ ଉପରିସ୍ଥ ଅଧିକାରୀଙ୍କ ନିକଟରେ ଲିଖିତଭାବେ ଅଭିଯୋଗ କରାଯାଇଛି। ଏବେ ଜିଲା ସାରା କୌଣସି ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ଔଷଧ ମିଳୁନାହିଁ। ଔଷଧ ଆମ ପାଖରେ ପହଞ୍ଚତ୍ଲେ ଆମେ ରୋଗୀଙ୍କୁ ଦେବୁ। ଏନେଇ ସେମାନଙ୍କୁ ଆଉ ୩ରୁ ୪ ଦିନ ଅପେକ୍ଷା କରିବାକୁ ପଡ଼ିିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri