ତଦନ୍ତରେ ଅସହଯୋଗ, ଶାଶୁଘର ଲୋକଙ୍କୁ ନୋଟିସ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ନବବଧୂ ପ୍ରଜ୍ଞାପାରମିତା ସ୍ବାଇଁଙ୍କ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ। ଶାଶୁଘର ଲୋକଙ୍କ ନିର୍ଯାତନା ସହି ନ ପାରି ସେ ଆତ୍ମହତ୍ୟା କରିଥିବା ନେଇ ତାଙ୍କ ଭାଇ ଅଭିଯୋଗ କରିଥିଲେ। ଘଟଣାକୁ ୭ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନାହିଁ। ଶାଶୁଘର ଲୋକେ ତଦନ୍ତରେ ସହଯୋଗ କରୁ ନ ଥିବାରୁ ମଞ୍ଚେଶ୍ୱର ଥାନା ପକ୍ଷରୁ ସେମାନଙ୍କୁ ନୋଟିସ କରାଯାଇଛି। ଥାନାରେ ହାଜର ହୋଇ ତଦନ୍ତରେ ସହଯୋଗ କରିବାକୁ ପ୍ରଜ୍ଞାଙ୍କ ସ୍ବାମୀ ପ୍ରଶାନ୍ତ ପାତ୍ର, ଶାଶୁ ଓ ନଣନ୍ଦଙ୍କୁ ପୋଲିସ ଡାକିଛି। ଏପଟେ ପ୍ରଜ୍ଞାଙ୍କ ବ୍ୟବଚ୍ଛେଦ ରିପୋର୍ଟ ପ୍ରସ୍ତୁତ ହୋଇସାରିଛି। ଶ୍ୱାସରୁଦ୍ଧରୁ ତାଙ୍କର ମୃତ୍ୟୁ ଘଟିଥିବା ସେଥିରେ ଉଲ୍ଲେଖ ରହିଛି। ତେବେ ଉକ୍ତ ରିପୋର୍ଟ ହସ୍ତଗତ ହୋଇ ନ ଥିବା ମଞ୍ଚେଶ୍ୱର ଥାନା ପକ୍ଷରୁ କୁହାଯାଇଛି। ପ୍ରଜ୍ଞାଙ୍କ ଶାଶୁଘର ଲୋକଙ୍କୁ ପଚରାଉଚରା ସହ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, ପଟିଆ ଜଗନ୍ନାଥ ନଗରର ପ୍ରଶାନ୍ତଙ୍କୁ ନିଆଳିର ପ୍ରଜ୍ଞାପାରମିତା ଜୁନ ୮ରେ ବିବାହ କରିଥିଲେ। ବିବାହର ୧୨ଦିନ ପରେ କ୍ୟାନସର ହୋଇଥିବା କହି ଶାଶୁ, ନଣନ୍ଦ ଓ ସ୍ବାମୀ ନିର୍ଯାତନା ଦେବା ସହ ଘରୁ ବାହାରି ଯିବାକୁ କହିଥିଲେ। ଫଳରେ ଜିଜିପି କଲୋନୀସ୍ଥିତ ଭଡାଘରେ ରହୁଥିବା ଭାଇ ପ୍ରିୟବ୍ରତ ଜୁନ ୨୦ରେ ପ୍ରଜ୍ଞାଙ୍କୁ ନିଜ ପାଖକୁ ନେଇ ଆସିଥିଲେ। ଏକ ଘରୋଇ ହସ୍ପିଟାଲରେ ତାଙ୍କର ସମସ୍ତ ପରୀକ୍ଷାନିରୀକ୍ଷା ହୋଇଥିଲା। ହେଲେ ତାଙ୍କର କ୍ୟାନ୍‌ସର ହୋଇ ନ ଥିବା ଡାକ୍ତର କହିଥିଲେ। ସାମନ୍ୟ ଦାନ୍ତ ପୋକ ଯୋଗୁ ପାଟିରେ ସମସ୍ୟା ହୋଇଥିବା କହିଥିଲେ। ଏନେଇ ଶାଶୁଘର ଲୋକଙ୍କୁ ପ୍ରଜ୍ଞା ଜଣାଇବା ପାଇଁ ବାରମ୍ବାର ଫୋନ କରିଥିଲେ ମଧ୍ୟ କିଛି ଉତ୍ତର ମିଳି ନ ଥିଲା। ଶାଶୁଘରକୁ ଫେରିବା ଆଶା ହରାଇ ପ୍ରଜ୍ଞା ମାନସିକ ସ୍ତରରେ ଭାଙ୍ଗି ପଡିଥିଲେ। ଭାଇ ଘରେ ନ ଥିବାବେଳେ ପ୍ରଜ୍ଞା ଆତ୍ମହତ୍ୟା କରିଥିଲେ। ଭାଇ ପ୍ରିୟବ୍ରତଙ୍କ ଅଭିଯୋଗକ୍ରମେ ମଞ୍ଚେଶ୍ୱର ଥାନା ପୋଲିସ ଆଇପିସି ଦଫା ୩୦୬,୪୯୮(କ) ,୩୪ ରେ ଏକ ମାମଲା (ନଂ.୨୮୦/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri