ଭଙ୍ଗାଯାଉନି ବିପଦସଙ୍କୁଳ ଅଙ୍ଗନୱାଡି ଗୃହ

ସାଲେପୁର,୨୮।୧୨(ଡି.ଏନ୍‌.ଏ.): ପିଲାମାନଙ୍କୁ ଉନ୍ନତ ଶିକ୍ଷା ଯୋଗାଇ ଦେବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ ଏସବୁ ଯୋଜନା ଲାଭ ପିଲାମାନେ ଉଠାଇପାରୁନାହାନ୍ତି। ଏହାର ଉଦାହରଣ ସାଲେପୁର ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁର ପଞ୍ଚାୟତର ଗଣେଶ୍ୱରପୁର ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଏଠାରେ ଚାଲିଥିବା ଅଙ୍ଗନଓ୍ବାଡି କେନ୍ଦ୍ରଗୃହ ବିପଦସଙ୍କୁଳ ହୋଇପଡ଼ିଛି। ଏନେଇ ୭ ବର୍ଷ ହେବ ପିଲାମାନେ ବାରଣ୍ଡାରେ ବସି ପାଠ ପଢ଼ୁଛନ୍ତି। ମାତ୍ର ବିଦ୍ୟାଳୟ ଗୃହକୁ ଭାଙ୍ଗି ନୂତନ ନିର୍ମାଣ କରାଯାଉ ନାହିଁ। ଫଳରେ କୁନି ପିଲାମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗୃହ ନ ଥିବାରୁ ସେମାନେ ଖରା, ବର୍ଷା ଓ ଶୀତରେ ପାଠ ପଢ଼ିବାକୁ ବାଧ୍ୟ ହେଉଛନ୍ତି। ଅଙ୍ଗନୱାଡି ଗୃହ ନିର୍ମାଣ ପାଇଁ ୨ବର୍ଷ ହେବ ୭ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବା ବେଳେ ନୂଆ ଜାଗା ଚିହ୍ନଟ ହୋଇଛି। କିନ୍ତୁ ପ୍ରଶାସନ ପକ୍ଷରୁ ପୁରାତନ ଗୃହ ଭଙ୍ଗା ଯିବା ପାଇଁ ଅନୁମତି ମିଳୁନାହିଁ। ଫଳରେ ନୂତନଗୃହ ନିର୍ମାଣ ହୋଇପାରୁନାହିଁ ବୋଲି ଗ୍ରାମର ଲିଙ୍ଗରାଜ ପାଣି, ରାମଚନ୍ଦ୍ର ପାଣି, ରଞ୍ଜନ ବିଶ୍ୱାଳ, ଗୋଲଖ ଚନ୍ଦ୍ର ବିଶ୍ୱାଳ, ବାବାଜୀ ଦାସ, ଦୀପକ ପାଣି, ସତ୍ୟରନ ପ୍ରଧାନ, ସରପଞ୍ଚ ସୁଧାଂଶୁବାଳା ଜେନା, ସମିତିସଭ୍ୟ ସରୋଜ ମହାନ୍ତି ପ୍ରମୁଖ ଅଭିଯୋଗ କରିଛନ୍ତି। ଏନେଇ ବାରମ୍ବାର ବିଡିଓ ଏବଂ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତୁରନ୍ତ ଏନେଇ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନାତ୍ମକ ପନ୍ଥା ଆପଣାଇବାକୁ ଗ୍ରାମବାସୀ ପକ୍ଷରୁ ଚେତାବନୀ ଦିଆଯାଇଛି। ଏନେଇ ବିଡିଓଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri