କାର୍ଯ୍ୟକ୍ଷମ ହେଉନି ବ୍ରହ୍ମବରଦା ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର

ବ୍ରହ୍ମବରଦା,୨୫ା୫(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ତଥା କୁଆଖିଆ ବିଦ୍ୟୁତ୍‌ ଉପଖଣ୍ଡ ଅଧୀନ ବ୍ରହ୍ମବରଦାଠାରେ ନବନିର୍ମିତ ବିଦ୍ୟୁତ୍‌ ଷ୍ଟକ୍‌ଚର ଅଚଳ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ଅଞ୍ଚଳର ଉପଭୋକ୍ତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ରହ୍ମବରଦା ଅଞ୍ଚଳର ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଏକ ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର ନିର୍ମାଣ ପାଇଁ ଦାବି ହୋଇଥିଲା। ଲୋକେ ଏନେଇ ବରୀର ପୂର୍ବତନ ବିଧାୟକ ଦେବାଶିଷ ନାୟକଙ୍କ ନିକଟରେ ଦାବି କରିବା ପରେ ୨୦୧୮ରେ ବ୍ରହ୍ମବରଦା ପଞ୍ଚାୟତସ୍ଥିତ ବ୍ରହ୍ମବରଦା କଲେଜ ନିକଟରେ ବିଦ୍ୟୁତ୍‌ ଷ୍ଟ୍ରକଚର ପାଇଁ ଶିଳାନ୍ୟାସ କରାଯାଇଥିଲା। ପୂର୍ବତନ ବିଧାୟକ ନାୟକ ଏହାର ଶିଳାନ୍ୟାସ କରିଥିଲେ। ଏବେ ଏକ ବର୍ଷ ହେବା ଷ୍ଟ୍ରକଚର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଫାଇନାଲ ଚେକିଂ ମଧ୍ୟ କରାଯାଇଛି। କିନ୍ତୁ ବଡ଼ ଦୁଃଖ ଓ ପରିତାପର ବିଷୟ ଏ ପର୍ଯ୍ୟନ୍ତ ଷ୍ଟ୍ରକ୍‌ଚର କାର୍ଯ୍ୟକ୍ଷମ ହୋଇ ପାରୁନାହିଁ।
ଟାଟା କମ୍ପାନୀ ବିଦ୍ୟୁତ୍‌ ବିତରଣ ଦାୟିତ୍ୱ ନେବାପରେ ବିଦ୍ୟୁତ୍‌ ସମସ୍ୟା କିଛି ମାତ୍ରାରେ ଦୂର ହୋଇଛି। ହେଲେ ବ୍ରହ୍ମବରଦା ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ବଢ଼ିବାରେ ଲାଗିଛି। ଏବେ ଖରାଦିନ ହୋଇଥିବାରୁ ଉପଭୋକ୍ତା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିନକୁ ପ୍ରାୟ ୫ରୁ ୧୦ ଥର ଅଘୋଷିତ ବିଦ୍ୟୁତ୍‌ କାଟ୍‌ ହେଉଛି। ତତ୍‌ସହିତ ଲୋକେ ଲୋଭୋଲ୍‌ଟେଜ୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବ୍ରହ୍ମବରଦା ଅଞ୍ଚଳରେ ୧୨ରୁ୧୫ ହଜାର ବିଦ୍ୟୁତ୍‌ ଉପଭୋକ୍ତା ରହିଛନ୍ତି। ଏମାନେ ୧୫କି.ମି. ଦୂରରେ ଥିବା ସୁଜନପୁର ବିଦ୍ୟୁତ୍‌ ଷ୍ଟ୍ରକଚର ଉପରେ ନିର୍ଭର କରୁଛନ୍ତି। ମାତ୍ର ଅନେକ ସମୟରେ ସାମାନ୍ୟ ବର୍ଷା ପବନ ହେଲେ ବିଦ୍ୟୁତ୍‌ ସେବା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଉଛି। ଦିନକୁଦିନ ବ୍ରହ୍ମବରଦା ଓ ଏହାର ଆଖପାଖ ଅଞ୍ଚଳରେ ଲୋକ ସଂଖ୍ୟା ବୃଦ୍ଧି ପାଉଛି। ସେହି ଅନୁପାତରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସଂଖ୍ୟା ମଧ୍ୟ ବଢୁଛି। ଫଳରେ ଓଭର ଲୋଡିଂ ହେତୁ ବିଦ୍ୟୁତ୍‌ କଟିଯାଉଥିବା ବିଭାଗୀୟ ଅଧିକାରୀ ମତ ରଖୁଛନ୍ତି। ହେଲେ ନବନିର୍ମିତ ବିଦ୍ୟୁତ୍‌ ଷ୍ଟ୍ରକଚର କାର୍ଯ୍ୟକ୍ଷମ ନ ହୋଇ ପଡ଼ିରହିଥିବା ହେତୁ ଲୋକଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି। ନଚେତ୍‌ ଲୋକେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri