କାର୍ଯ୍ୟକ୍ଷମ ହେଉନି ବ୍ରହ୍ମବରଦା ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର

ବ୍ରହ୍ମବରଦା,୨୫ା୫(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ତଥା କୁଆଖିଆ ବିଦ୍ୟୁତ୍‌ ଉପଖଣ୍ଡ ଅଧୀନ ବ୍ରହ୍ମବରଦାଠାରେ ନବନିର୍ମିତ ବିଦ୍ୟୁତ୍‌ ଷ୍ଟକ୍‌ଚର ଅଚଳ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ଅଞ୍ଚଳର ଉପଭୋକ୍ତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ରହ୍ମବରଦା ଅଞ୍ଚଳର ଲୋକସଂଖ୍ୟାକୁ ଦୃଷ୍ଟିରେ ରଖି ଏକ ବିଦ୍ୟୁତ୍‌ ଷ୍ଟ୍ରକ୍‌ଚର ନିର୍ମାଣ ପାଇଁ ଦାବି ହୋଇଥିଲା। ଲୋକେ ଏନେଇ ବରୀର ପୂର୍ବତନ ବିଧାୟକ ଦେବାଶିଷ ନାୟକଙ୍କ ନିକଟରେ ଦାବି କରିବା ପରେ ୨୦୧୮ରେ ବ୍ରହ୍ମବରଦା ପଞ୍ଚାୟତସ୍ଥିତ ବ୍ରହ୍ମବରଦା କଲେଜ ନିକଟରେ ବିଦ୍ୟୁତ୍‌ ଷ୍ଟ୍ରକଚର ପାଇଁ ଶିଳାନ୍ୟାସ କରାଯାଇଥିଲା। ପୂର୍ବତନ ବିଧାୟକ ନାୟକ ଏହାର ଶିଳାନ୍ୟାସ କରିଥିଲେ। ଏବେ ଏକ ବର୍ଷ ହେବା ଷ୍ଟ୍ରକଚର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଫାଇନାଲ ଚେକିଂ ମଧ୍ୟ କରାଯାଇଛି। କିନ୍ତୁ ବଡ଼ ଦୁଃଖ ଓ ପରିତାପର ବିଷୟ ଏ ପର୍ଯ୍ୟନ୍ତ ଷ୍ଟ୍ରକ୍‌ଚର କାର୍ଯ୍ୟକ୍ଷମ ହୋଇ ପାରୁନାହିଁ।
ଟାଟା କମ୍ପାନୀ ବିଦ୍ୟୁତ୍‌ ବିତରଣ ଦାୟିତ୍ୱ ନେବାପରେ ବିଦ୍ୟୁତ୍‌ ସମସ୍ୟା କିଛି ମାତ୍ରାରେ ଦୂର ହୋଇଛି। ହେଲେ ବ୍ରହ୍ମବରଦା ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ବଢ଼ିବାରେ ଲାଗିଛି। ଏବେ ଖରାଦିନ ହୋଇଥିବାରୁ ଉପଭୋକ୍ତା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିନକୁ ପ୍ରାୟ ୫ରୁ ୧୦ ଥର ଅଘୋଷିତ ବିଦ୍ୟୁତ୍‌ କାଟ୍‌ ହେଉଛି। ତତ୍‌ସହିତ ଲୋକେ ଲୋଭୋଲ୍‌ଟେଜ୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବ୍ରହ୍ମବରଦା ଅଞ୍ଚଳରେ ୧୨ରୁ୧୫ ହଜାର ବିଦ୍ୟୁତ୍‌ ଉପଭୋକ୍ତା ରହିଛନ୍ତି। ଏମାନେ ୧୫କି.ମି. ଦୂରରେ ଥିବା ସୁଜନପୁର ବିଦ୍ୟୁତ୍‌ ଷ୍ଟ୍ରକଚର ଉପରେ ନିର୍ଭର କରୁଛନ୍ତି। ମାତ୍ର ଅନେକ ସମୟରେ ସାମାନ୍ୟ ବର୍ଷା ପବନ ହେଲେ ବିଦ୍ୟୁତ୍‌ ସେବା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଉଛି। ଦିନକୁଦିନ ବ୍ରହ୍ମବରଦା ଓ ଏହାର ଆଖପାଖ ଅଞ୍ଚଳରେ ଲୋକ ସଂଖ୍ୟା ବୃଦ୍ଧି ପାଉଛି। ସେହି ଅନୁପାତରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସଂଖ୍ୟା ମଧ୍ୟ ବଢୁଛି। ଫଳରେ ଓଭର ଲୋଡିଂ ହେତୁ ବିଦ୍ୟୁତ୍‌ କଟିଯାଉଥିବା ବିଭାଗୀୟ ଅଧିକାରୀ ମତ ରଖୁଛନ୍ତି। ହେଲେ ନବନିର୍ମିତ ବିଦ୍ୟୁତ୍‌ ଷ୍ଟ୍ରକଚର କାର୍ଯ୍ୟକ୍ଷମ ନ ହୋଇ ପଡ଼ିରହିଥିବା ହେତୁ ଲୋକଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଶୀଘ୍ର ଏହାକୁ କାର୍ଯ୍ୟକ୍ଷମ କରିବାକୁ ଦାବି ହୋଇଛି। ନଚେତ୍‌ ଲୋକେ ଆଗାମୀ ଦିନରେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ମତାମତ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri