କାର୍ଯ୍ୟକ୍ଷମ ହେଉନି ଜେଏମ୍‌ଏଫ୍‌ସି କୋର୍ଟ

ବଇଣ୍ଡା,୧୧।୯(ପରିକ୍ଷିତ ସାହୁ): ଗ୍ରାମାଞ୍ଚଳର ଲୋକଙ୍କୁ ନ୍ୟାୟିକ ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୨୦୧୮ରେ ବିଭିନ୍ନ ବ୍ଲକରେ ଜେଏମ୍‌ଏଫ୍‌ସି (ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ସ୍ଥାପନ ପାଇଁ ଘୋଷଣା କରିଥିଲେ। ଏପରିକି ତତ୍କାଳୀନ ପ୍ରମୁଖ ସଚିବଙ୍କ ଚିଠି ସଂଖ୍ୟା ୮୨୦୪/୧୮ରେ ଓଡ଼ିଶା ସିଭିଲ କୋର୍ଟ ଆକ୍ଟ ୧୯୮୪ ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଦର ମହକୁମାଠାରେ ମଧ୍ୟ ଏକ ନୂତନ ଜେଏମ୍‌ଏଫ୍‌ସି କୋର୍ଟ ସ୍ଥାପନ ନେଇ ରାଜ୍ୟ ସରକାର ପ୍ରସ୍ତାବ ରଖି ଗେଜେଟ ନୋଟିଫିକେଶନ ଜାରି କରିଥିଲେ। ଏହି ଘୋଷଣାକୁ ୫ ବର୍ଷ ବିତିଯାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ଏହି ଅଦାଲତ କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ଦେଖାଦେଇଛି।
ପ୍ରକାଶ ଯେ, କିଶୋରନଗରଠାରେ ଥିବା ବିଜୁ ସ୍ମୃତିଭବନଠାରେ ଜେଏମ୍‌ଏଫ୍‌ସି କୋର୍ଟ ଅସ୍ଥାୟୀ ଭାବେ କାର୍ଯ୍ୟକାରୀ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ହେଲେ ଏଯାଏ ଉକ୍ତ କାର୍ଯ୍ୟ ଆରମ୍ଭ ହୋଇପାରୁନାହଁି। କିଭଳି ଖୁବ୍‌ଶୀଘ୍ର ଏଠାରେ କୋର୍ଟ ଆରମ୍ଭ କରାଯିବ ସେ ନେଇ ୨୭ ମାର୍ଚ୍ଚ ୨୦୨୩ରେ ଜିଲାଜଜ୍‌ ପ୍ରଣବ କୁମାର ପାତ୍ର କିଶୋରନଗର ବିଜୁ ସ୍ମୃତିଭବନ ପରିଦର୍ଶନ କରିବା ସହ ନୂତନ କୋର୍ଟ ସ୍ଥାପନ ପାଇଁ ଦିଆଯାଇଥିବା ୩ ଏକର ଜମିର ଅନୁଧ୍ୟାନ କରିଥିଲେ। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ଉକ୍ତ ଭବନର ମରାମତି କାର୍ଯ୍ୟ ଶେଷ ହୋଇ ନ ଥିବାରୁ କୋର୍ଟ ଆରମ୍ଭ ହୋଇପାରୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ତେଣୁ ଶୀଘ୍ର ଏହି କୋର୍ଟ ଆରମ୍ଭ କରିବା ପାଇଁ କିଶୋରନଗର ଜନସାଧାରଣ, ଓକିଲ ସଂଘ, ବିଭିନ୍ନ ଅନୁଷ୍ଠାନ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଜରିଆରେ ବହୁବାର ପ୍ରଶାସନଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କଠାରେ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହଁି। ଉକ୍ତ ସ୍ମୃତିଭବନ ଗୃହ ବାହାରେ ଓ ଭିତରେ ଶୌଚାଳୟ, ସାକ୍ଷୀ ଜେରା ସ୍ଥାନ, ଆସାମୀ କକ୍ଷ, ବାହାର ପାର୍ଶ୍ୱର ମୁଖ୍ୟ ଫାଟକ, ପାଚେରି, ଓକିଲଙ୍କ ବସିବା ସ୍ଥାନ ଆଦି ନିର୍ମାଣ ପାଇଁ ବିଧାୟକ ୧୦ ଲକ୍ଷ ଟଙ୍କା ମଞ୍ଜୁର କରିଥିବାବେଳେ କାର୍ଯ୍ୟ ସମାପ୍ତ ହୋଇ ପାରୁନାହିଁ। ସମସ୍ୟା ସମ୍ପର୍କରେ ଆଠମଲ୍ଲିକ ବିଧାୟକ ଗତ ଜୁଲାଇ ୧୧ରେ ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ସଚିବଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତୁରନ୍ତ ଉକ୍ତ କୋର୍ଟ କାର୍ଯ୍ୟକ୍ଷମ କରିବା ପାଇଁ ଆଇନଜୀବୀ ମାଧବ ସାହୁ, ଉଗ୍ରେସନ ସେଠୀ, ପ୍ରାଣବନ୍ଧୁ ବେହେରା ପ୍ରମୁଖ ଦାବି କରିଛନ୍ତି । ଏ ନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ମଧୁସ୍ମିତା ଦଳେଇ କହିଛନ୍ତି, ପୂର୍ବରୁ ଏହି ଭବନର କାର୍ଯ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ କରୁଥିଲା। ବର୍ତ୍ତମାନ ଆସିଥିବା ଅର୍ଥ ବ୍ଲକକୁ ପଠାଯାଇଛି। ବ୍ଲକ ପ୍ରଶାସନ ଏହି କାମ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?