ଶ୍ରୀମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ, ମିଳିଲା ବାଂଲାଦେଶୀ ପାସ୍‌ପୋର୍ଟ

ପୁରୀ,୩।୩: ମନ୍ଦିରରେ ପ୍ରବେଶ କଲେ ଅଣହିନ୍ଦୁ। ଜଣେ କି ଦୁଇ ଜଣ ନୁହେଁ, ଜଣେ ହିନ୍ଦୁଙ୍କ ସହିତ ୪ ଜଣ ଅଣ ହିନ୍ଦୁ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିଥିବା ଅଭିଯୋଗ ହୋଇଛି। ସିଂହଦ୍ୱାର ଥାନା ପୁଲିସ ସେମାନଙ୍କଠାରୁ ଗୋଟିଏ ବାଂଲାଦେଶୀ ପାସ୍‌ପୋର୍ଟ ଜବତ କରି ଘଟଣାର ତଦନ୍ତ ଚଳାଇଛି।

ରବିବାର ୯ ଜଣ ବାଂଲାଦେଶୀ ପର୍ଯ୍ୟଟକ ଶ୍ରୀକ୍ଷେତ୍ର ଆସିଥିଲେ। ସେମାନଙ୍କ ଭିତରୁ ୪ ଜଣ ପରିକ୍ରମା ମାର୍ଗରେ ବସିଥିବା ବେଳେ ୫ ଜଣ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ଶ୍ରୀମନ୍ଦିର ଭିତରକୁ ଯାଇଥିବା ୫ ଜଣଙ୍କ ଭିତରେ ଜଣେ ଅଛନ୍ତି ହିନ୍ଦୁ। ବାକି ୪ ଜଣ ଅଣ ହିନ୍ଦୁ। ଅଭିଯୋଗ ଅନୁସାରେ ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ମହାପ୍ରସାଦ ସେବନ କରିଛନ୍ତି। ଆଉ ଶ୍ରୀମନ୍ଦିରରୁ ବାହାରିବାବେଳେ ସାଥୀରେ ମହାପ୍ରସାଦ ଧରି ବାହାରୁଥିବା ଅଭିଯୋଗ ହୋଇଛି।

ପରିକ୍ରମା ମାର୍ଗରେ ବସିଥିବା ୪ ଜଣ ବ୍ୟକ୍ତି ଅଣହିନ୍ଦୁ ବୋଲି ସନ୍ଦେହ ହେବାରୁ ସ୍ଥାନୀୟ ଲୋକେ ସେମାନଙ୍କ ପରିଚୟ ପଚାରିଥିଲେ। ସେମାନେ ନିଜର ପରିଚୟ ଦେବା ସହିତ ୫ ଜଣ ବନ୍ଧୁ ଶ୍ରୀମନ୍ଦିର ଭିତରକୁ ଯାଇଥିବା କହିଥିଲେ। ଏହାପରେ ସ୍ଥାନୀୟ ଯୁବକମାନେ ସେମାନଙ୍କ ଫେରିବା ରାସ୍ତାକୁ ଚାହିଁ ବସିଥିଲେ। ସେମାନେ ମହାପ୍ରସାଦ ଧରି ବାହାରିବା ବେଳେ ସେମାନଙ୍କୁ ଧରି ପକାଇଥିଲେ। ପରେ ପୋଲିସକୁ ଖବର ଦେଇଥିଲେ। ପୋଲିସ ସମସ୍ତ ୯ ଜଣଙ୍କୁ ଥାନାକୁ ନେଇ ପଚରାଉଚରା କରୁଛି।

ଅଟକ ଥିବା ୯ ଜଣଙ୍କ ଭିତରୁ ଜଣେ ହେଉଛନ୍ତି ହିନ୍ଦୁ। ତା’ ନାଁ ହେଉଛି ଦିଲ୍ଲୀପ କୁମାର ସାହ। ତାଙ୍କ ସାଙ୍ଗରେ ଅଣହିନ୍ଦୁମାନେ ଶ୍ରୀମନ୍ଦିର ପ୍ରବେଶ କରିଥିଲେ। ପୋଲିସ ସେମାନଙ୍କଠାରୁ ଗୋଟିଏ ବାଂଲାଦେଶ ପାସପୋର୍ଟ ଜବତ କରିଛି। ଅନ୍ୟମାନଙ୍କ ପାସପୋର୍ଟ ହୋଟେଲରେ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri