Posted inଜାତୀୟ

ଚାରିଧାମର ଏହି ମନ୍ଦିରରେ ଲାଗିଲା କଟକଣା: ଅଣ-ହିନ୍ଦୁଙ୍କ ପ୍ରବେଶ ମନା

ନୂଆଦିଲ୍ଲୀ,୨୬।୧: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ମଧ୍ୟରୁ ଅନ୍ୟତମ ଗାଙ୍ଗୋତ୍ରୀ ଧାମରେ ଏଣିକି ଅଣ-ହିନ୍ଦୁମାନେ ପ୍ରବେଶ କରିପାରିବେ ନାହିଁ। ଶ୍ରୀ ଗାଙ୍ଗୋତ୍ରୀ ମନ୍ଦିର କମିଟି ପକ୍ଷରୁ ରବିବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। କେବଳ ମୁଖ୍ୟ ଧାମ ନୁହେଁ, ବରଂ ମା’ ଗଙ୍ଗାଙ୍କ ଶୀତକାଳୀନ ଆବାସସ୍ଥଳୀ ‘ମୁଖବା’ରେ ମଧ୍ୟ ଏହି ନିୟମ କଡ଼ାକଡ଼ି ଭାବେ ଲାଗୁ ହେବ ବୋଲି କମିଟି ଅଧ୍ୟକ୍ଷ ସୁରେଶ ସେମୱାଲ ନିଶ୍ଚିତ କରିଛନ୍ତି।

ଗାଙ୍ଗୋତ୍ରୀ କମିଟିର ନିଷ୍ପତ୍ତି ପରେ ଶ୍ରୀ ବଦ୍ରିନାଥ-କେଦାରନାଥ ମନ୍ଦିର କମିଟି (BKTC) ମଧ୍ୟ ସମାନ ପଦକ୍ଷେପ ନେବାକୁ ଯାଉଛି। BKTC ଅଧ୍ୟକ୍ଷ ହେମନ୍ତ ଦ୍ୱିବେଦୀ ସୂଚନା ଦେଇଛନ୍ତି ଯେ, ବଦ୍ରିନାଥ, କେଦାରନାଥ ଏବଂ ଏହି କମିଟି ଅଧୀନରେ ଥିବା ସମସ୍ତ ମନ୍ଦିରରେ ଅଣ-ହିନ୍ଦୁଙ୍କ ପ୍ରବେଶ ବାରଣ କରିବା ପାଇଁ ଆଗାମୀ ବୋର୍ଡ ବୈଠକରେ ଏକ ପ୍ରସ୍ତାବ ଆଗତ କରାଯିବ।

ଉତ୍ତରାଖଣ୍ଡର ଧାର୍ମିକ ଓ ସାଂସ୍କୃତିକ ପରମ୍ପରାକୁ ବଜାୟ ରଖିବା ପାଇଁ ଏହି ନିଷ୍ପତ୍ତି ନିଆଯାଉଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ କହିଛନ୍ତି ଯେ, ତୀର୍ଥସ୍ଥଳୀ ପରିଚାଳନା କମିଟିଗୁଡ଼ିକର ସୁପାରିଶ ଅନୁଯାୟୀ ପ୍ରଶାସନ ପଦକ୍ଷେପ ଗ୍ରହଣ କରିବ। ରାଜ୍ୟରେ ଥିବା ବେଆଇନ ମନ୍ଦିର/ଧାର୍ମିକ ସ୍ଥଳ ଉଚ୍ଛେଦ କରିବାକୁ ମୁଖ୍ୟମନ୍ତ୍ରୀ ଦେଇଥିବା ନିର୍ଦ୍ଦେଶକୁ ମଧ୍ୟ କମିଟି ସ୍ୱାଗତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri