ସ୍ତ୍ରୀଙ୍କଠୁ ୨୦ ଲକ୍ଷ ଠକିନେଲେ ଅଣଓଡ଼ିଆ ସ୍ବାମୀ

ବ୍ରହ୍ମପୁର ଅଫିସ,୨୭ା୧୨: ଦିଲ୍ଲୀର ଜଣେ ଯୁବକ ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ପ୍ରେମ ବିବାହ କରିଥିଲେ। ହେଲେ ଶ୍ୱଶୁରଘର ଲୋକଙ୍କୁ ମିଛ କହି ପର୍ଯ୍ୟାୟକ୍ରମେ ପ୍ରାୟ ୨୦ ଲକ୍ଷ ଟଙ୍କା ଠକି ନେଇଥିଲେ। ଅଭିଯୋଗ ପରେ ଗୋଷାଣୀନୂଆଗାଁ ଥାନା ପୋଲିସ ଅଭିଯୁକ୍ତ ଯୁବକଙ୍କୁ ପଞ୍ଜାବର ମୋଗା ଜିଲା ଭାଗାପୁରାନା ଥାନା ଅଞ୍ଚଳରୁ ଗିରଫ କରିିଛି। ସେ ହେଲେ ଦିଲ୍ଲୀର ଅଜୟ କୁମାର(୩୫)। ପୋଲିସ ଏକ ମାମଲା(ନଂ.୭୪/୨୧) ରୁଜୁ କରି ସୋମବାର ଅଭିଯୁକ୍ତ ଅଜୟଙ୍କୁ କୋର୍ଟ ଚାଲାଣ କରିଛି।

ପ୍ରକାଶ ଯେ, ୨୦୧୯ରେ ବ୍ରହ୍ମପୁର ଜଣେ ଯୁବତୀଙ୍କ ସହ ଅଜୟ କୁମାରଙ୍କ ମଧ୍ୟରେ ଫେସ୍‌ବୁକ୍‌ରେ ସମ୍ପର୍କ ହୋଇଥିଲା। ପରେ ଅଜୟ ବ୍ରହ୍ମପୁର ଆସିଥିଲେ। ସେଠାରୁ ଦୁହେଁ ପଞ୍ଜାବ ଯାଇ ବିବାହ କରିଥିଲେ। ଅଜୟ ସ୍ତ୍ରୀଙ୍କୁ ଦିଲ୍ଲୀ ନେଇ କିଛି ମାସ ରଖିଥିଲେ। ବିଭିନ୍ନ ସ୍ଥାନ ବୁଲାବୁଲି କରିବା ପରେ ସ୍ତ୍ରୀଙ୍କ ସହ ବ୍ରହ୍ମପୁର ଗୋଷାଣୀନୂଆଗାଁରେ ଥିବା ଶ୍ୱଶୁରଘରକୁ ଆସିଥିଲେ। କିଛି ଦିନ ପରେ ଅଜୟ ଦିଲ୍ଲୀ ଚାଲିଯାଇଥିଲେ। ଦିଲ୍ଲୀରେ ଥିବା ବେଳେ ସ୍ବାସ୍ଥ୍ୟ ଖରାପ ଦର୍ଶାଇ ସ୍ତ୍ରୀଙ୍କ ଜରିଆରେ ବାପାଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ନେଇଥିଲେ। ପରେ ବିଦେଶରେ କାମ ମିଳିଛି ବୋଲି ଅଜୟ ସ୍ତ୍ରୀଙ୍କୁ କହିଥିଲେ। ବିଦେଶ ଯିବାକୁ ଟଙ୍କା ଦରକାର କହି ପର୍ଯ୍ୟାୟକ୍ରମେ ପ୍ରାୟ ୨୦ଲକ୍ଷ ଟଙ୍କା ନେଇଯାଇଥିଲେ। କିଛିଦିନ ପରେ ସ୍ତ୍ରୀଙ୍କ ଫୋନ ଅଜୟ ଉଠାଇ ନ ଥିଲେ। ସେ ବାରମ୍ବାର ଯୋଗାଯୋଗ ଓ ଖୋଜାଖୋଜି ପରେ ସ୍ବାମୀଙ୍କ କୌଣସି ପତ୍ତା ପାଇ ନ ଥିଲେ। ଏନେଇ ମହିଳା ଜଣଙ୍କ ଠକେଇର ଶିକାର ହୋଇଥିବା ନେଇ ଗତ ଜୁନ ୧୬ରେ ଗୋଷାଣୀନୂଆଗାଁ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମୋବାଇଲ ଫୋନ ଟ୍ରାକିଂ କରି ପୋଲିସ ଅଜୟ ପଞ୍ଜାବରେ ଥିବା ପୋଲିସ ଜାଣିବାକୁ ପାଇଥିଲା। ପରେ ବ୍ରହ୍ମପୁର ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ପଞ୍ଜାବ ଯାଇ ଅଜୟଙ୍କୁ ଧରିବାରେ ସଫଳ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri