ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉତ୍ତରପ୍ରଦେଶର ଅଶୋକ ପାଠକ। ଅଶୋକ ପରିବାର ଲୋକଙ୍କ ସହିତ ବୁଲିବାକୁ ଆସିଥିଲେ। ଆଜି ସକାଳେ ରାଜଘାଟ ନିକଟରେ ନଦୀରେ ଗାଧୋଉଥିଲେ। ପ୍ରଖର ପାଣି ସ୍ରୋତରେ ତାଙ୍କ ଗୋଡ଼ ଖସି ଯିବାରୁ ନଦୀରେ ବୁଡ଼ି ନିଖୋଜ ହୋଇଯାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ ଟିମ୍ ପକ୍ଷରୁ ଖୋଜାଖୋଜି ଜାରି ରହିଥିଲା। ଦୀର୍ଘ ସମୟ ପରେ ନଦୀରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇ କୂଳକୁ ଅଣାଯାଇଥିଲା। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।