ଠିକା କର୍ମଚାରୀଙ୍କୁ ମିଳୁନି ଦରମା

ଚୌଦ୍ୱାର,୨୧ା୪(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକାରେ କାର୍ଯ୍ୟରତ ୩୦ ଜଣ ଠିକା କର୍ମଚାରୀ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଦରମା ପାଇନାହାନ୍ତି। ଫଳରେ ସେମାନଙ୍କ ପରିବାର ଚଳିବା କଷ୍ଟକର ହୋଇପଡିଛି। ଏ ସମ୍ପର୍କରେ ସେମାନେ ପୌରପାଳିକା ଅଧିକାରୀଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳିପାରିନାହିଁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ତୁରନ୍ତ ପୌର କର୍ତ୍ତୃପକ୍ଷ ଏହାର ସମାଧାନ କରି ଦରମା ପ୍ରଦାନ କରିବାକୁ କର୍ମଚାରୀମାନେ ଦାବି କରିଛନ୍ତି ା ମିଳିଥିବା ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳର ଏକ ଘରୋଇ ସଂସ୍ଥା ଦ୍ୱାରା ୩୦ ଠିକା କର୍ମଚାରୀଙ୍କୁ ଚୌଦ୍ୱାର ପୌରପାଳିକାର ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରାଯାଇଛି।
ପୌରପାଳିକା ପକ୍ଷରୁ ଉକ୍ତ ସଂସ୍ଥାକୁ କର୍ମଚାରୀଙ୍କ ପାରିଶ୍ରମିକ ବାବଦକୁ ଟଙ୍କା ଦିଆଯାଇଥାଏ। ପରେ ସଂସ୍ଥାର କର୍ତ୍ତୃପକ୍ଷ କର୍ମଚାରୀମାନଙ୍କୁ ଦରମା ପ୍ରଦାନ କରିଥାନ୍ତି। ଇତିମଧ୍ୟରେ ସଂସ୍ଥାର ମୁଖ୍ୟଙ୍କ ମୃତ୍ୟୁ ଘଟିବା ପରେ ସମସ୍ୟା ଉପୁଜିଛି। ଭାଗିଦାରୀରେ ଚାଲିଥିବା ଏହି ସଂସ୍ଥାରେ ଫାଟ ଦେଖାଦେବାରୁ ଠିକା କର୍ମଚାରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୌରପାଳିକା ପକ୍ଷରୁ ଠିକାଦାରଙ୍କ ପରିବାର ତଥା ବ୍ୟବସାୟିକ ପାର୍ଟନରକୁ ଆଲୋଚନା ପାଇଁ ବାରମ୍ବାର ପୌର କାର୍ଯ୍ୟାଳୟକୁ ଡକାଯାଇ ଥିଲେ ମଧ୍ୟ ସମାଧାନର ବାଟ ଫିଟିପାରୁନାହଁି। ଏନେଇ ପୌର ନିର୍ବାହୀ ଅଧିକାରୀ ସଞ୍ଜିବ କୁମାର ମହାପାତ୍ର କହିଛନ୍ତି, ଠିକା କର୍ମଚାରୀଙ୍କ ଅସୁବିଧାକୁ ହୃଦୟଙ୍ଗମ କରୁଛି। ପୌରପାଳିକା ତରଫରୁ ସେମାନଙ୍କୁ ସିଧାସଳଖ ଦରମା ପ୍ରଦାନ କରିବାର ବ୍ୟବସ୍ଥା ନାହିଁ। ନୋଟିସ୍‌ ମାଧ୍ୟମରେ ଉକ୍ତ ସଂସ୍ଥାର ଚୁକ୍ତିନାମା ରଦ୍ଦ କରି ନୁତନ ଭାବେ ଟେଣ୍ଡର କରାଯିବା ପାଇଁ ପ୍ରସ୍ତୁତି ଚାଲିଛି। କର୍ମଚାରୀମାନଙ୍କ ଇଏସ୍‌ଆଇ ଓ ଇପିଏଫ୍‌ ବାଦ୍‌ ଦେଇ କିଛିଦିନ ଭିତରେ ବେତନ ବ୍ୟବସ୍ଥା ପାଇଁ ଚେଷ୍ଟା କରୁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri