ଅଣ ଧାନ ଫସଲକୁ ଗୁରୁତ୍ୱ: ଜଳର ସୁଷମ ବଣ୍ଟନ ଅନୁଧ୍ୟାନ କଲେ ସଚିବ

ଭଞ୍ଜନଗର,୧୬/୧୦(ବାବୁଲା ପ୍ରଧାନ):ଜଳ ସମ୍ପଦ ବିଭାଗ ସତନ୍ତ୍ର ସଚିବ (ଜଳ ପ୍ରଭାରୀ) ମୁକୁଳ ବେରା ବୁଧବାର ଓ ଗୁରୁବାର ଦୁଇ ଦିନିଆ ଗଞ୍ଜାମ ଜିଲା ଗସ୍ତରେ ଆସି କ୍ଷୁଦ୍ର ଓ ବୃହତ ଏବଂ ଉଠା ଜଳସେଚନ ପ୍ରକଳ୍ପ ଗୁଡ଼ିକ ବୁଲି ଦେଖିଥିଲେ। ଏହି ସମୟରେ ସଚିବ ଖରିଫରେ ଜଳର ସୁଷମ ବଣ୍ଟନ ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ଅଧିକରୁ ଅଧିକ ଜମିକୁ କିଭଳି ଜଳଭଣ୍ଡାର ପାଣି ପହଞ୍ଚି ପାରିବ ସେନେଇ ସମୀକ୍ଷା ମଧ୍ୟ କରିଥିଲେ। ଜଳବାୟୁ ପରିବର୍ତ୍ତନ ଯୋଗୁ ଖରିଫ ଧାନ ଫସଲ ବିଭିନ୍ନ ସମୟରେ ପ୍ରଭାବିତ ହେଉଛି। ତେଣୁ ଅଣ ଧାନ ଫସଲ ପ୍ରତି ଚାଷୀମାନେ ଦୃଷ୍ଟି ଦେବାକୁ ପଡିବ। ସରକାର ଅଣ ଧାନ ଫସଲ ପାଇଁ ବିଭିନ୍ନ ସୁବିଧା ସୁଯୋଗ ଚାଷୀଙ୍କୁ ଯୋଗାଇ ଦେଉଛନ୍ତି ବୋଲି ସଚିବ କହିଥିଲେ। ତେଣୁ ଏଥିପ୍ରତି ଦୃଷ୍ଟି ଦେବାପାଇଁ ସଚିବ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିବା ଜଣାପଡିଛି।

ସଚିବ ବୁଧବାର ବେଲଗୁଣ୍ଠା ବ୍ଲକ ମାଧବରିଡ଼ା ଆନିକଟ ଏବଂ ଭଞ୍ଜନଗର ଜଳଭଣ୍ଡାର ବୁଲି ଦେଖିଥିଲେ। ଗୁରୁବାର ଜୟମଙ୍ଗଳ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ସମେତ ଅନ୍ୟାନ୍ୟ ଅଞ୍ଚଳର କ୍ଷୁଦ୍ର ଓ ଉଠା ଜଳସେଚନ ପ୍ରକଳ୍ପ ବୁଲି ଦେଖିଥିଲେ । ଗୁରୁବାର ଭଞ୍ଜନଗର ଜଳସମ୍ପଦ ବିଭାଗ ଡାକ ବଙ୍ଗଳା ପରିସରରେ ସଚିବ ଯନ୍ତ୍ରୀ ମାନଙ୍କ ସହ ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ଏହାପରେ ବ୍ରହ୍ମପୁର ଅଭିମୁଖେ ଯାଇଥିଲେ। ଏହି ସମୟରେ ସେ ବାଟରେ ବିଭିନ୍ନ ପ୍ରକଳ୍ପ ଅନୁଧ୍ୟାନ କରିଥିଲେ। ଶୁକ୍ରବାର ବ୍ରହ୍ମପୁର ଅଞ୍ଚଳର ବିଭିନ୍ନ ପ୍ରକଳ୍ପ ଉପରେ ସମୀକ୍ଷା କରିବା କାର୍ଯ୍ୟକ୍ରମ ଅଛି। ସଚିବଙ୍କ ଗସ୍ତ ସମୟରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ରାଜୀବ ପଣ୍ଡିତ, ଭଞ୍ଜନଗର ଜଳସେଚନ ବିଭାଜନ ଅଧିକ୍ଷଣ ଯନ୍ତ୍ରୀ ସଞ୍ଜୟ ପ୍ରଧାନ, ନିର୍ବାହୀ ଯନ୍ତ୍ରୀ ସନ୍ତୋଷ ପାତ୍ର, ସହକାରୀ ଯନ୍ତ୍ରୀ ରଶ୍ମି ରଞ୍ଜନ ରଥ, ପ୍ରହଲ୍ଲାଦ ପଣ୍ଡା, କ୍ଷୁଦ୍ର ଜଳସେଚନ ବିଭାଗ ଏବଂ ଉଠା ଜଳସେଚନ ବିଭାଗର ଯନ୍ତ୍ରୀ
ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri