ନନ୍‌-ସିଡ୍ୟୁଲ ବିମାନକୁ ଭୁବନେଶ୍ବରରେ ମିଳିବନି ଅବତରଣ ଅନୁମତି

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଡିସେମ୍ବର ୧୫ରୁ ଅନ୍ତର୍ଜାତୀୟ ବିମାନ ଯାତ୍ରା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କିନ୍ତୁ କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍‌’ ପାଇଁ ଏବେ ସରକାର ଚିନ୍ତାରେ ପଡିଛନ୍ତି। ଡେଲଟା ଭାରିଆଣ୍ଟଠାରୁ ‘ଓମିକ୍ରନ୍‌’ ଅଧିକ ମାରାତ୍ମକ ହୋଇଥିବାରୁ ୧୫ରୁ ଅନ୍ତର୍ଜାତୀୟ ବିମାନ ଯାତ୍ରା ଆରମ୍ଭ ହେବ କି ନାହିଁ ସେ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ଉଚ୍ଚସ୍ତରୀୟ ବୈଠକ କରାଯାଇଥିଲା। ବୈଠକରେ ଭର୍ଚ୍ଚୁଆଲ ମୋଡ୍‌ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ ଯୋଗଦେଇଥିଲେ।

ଏହି ଅବସରରେ ସେ କହିଥିଲେ, ତାଲିକାଭୁକ୍ତ ଦେଶରୁ ଆସୁଥିବା ବିମାନକୁ ଏବେ ନିଷେଧ କରାଯାଇଛି। ବିଦେଶରୁ ସିଡ୍ୟୁଲ ବିମାନ ଭୁବନେଶ୍ୱର ଆସୁ ନାହିଁ। କୋଭିଡ଼ ସଂକ୍ରମଣ ପରଠାରୁ ସିଡ୍ୟୁଲ ବିମାନ ଚଳାଚଳ ବନ୍ଦ ରହିଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଡିସେମ୍ବର ୧୫ରେ ଅନ୍ତର୍ଜାତୀୟ ବିମାନ ଯାତ୍ରା ଆରମ୍ଭ ହେବା ପରେ ବିଦେଶରୁ ସିଡ୍ୟୁଲ ବିମାନ ଆସିବାର ସମ୍ଭାବନା ରହିଛି। ତେବେ ଭୁବନେଶ୍ବରକୁ ମାସେ ମଧ୍ୟରେ ସିଡ୍ୟୁଲ ବିମାନ ଆସିବାର ପ୍ରସ୍ତାବ ନାହିଁ। ଯଦି ଆସେ ତେବେ ଯାତ୍ରୀଙ୍କ କରୋନା ପରୀକ୍ଷା କରିବା ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିବୁ। ହେଲେ ନନ୍‌-ସିଡ୍ୟୁଲ ବିମାନ ଆସିଲେ ଏହାକୁ ଭୁବନେଶ୍ବରରେ ଅବତରଣ କରିବାକୁ ଦିଆଯିବ ନାହିଁ ବୋଲି ପ୍ରଭାତ ରଞ୍ଜନ ସୂଚନା ଦେଇଛନ୍ତି। ଦିଲ୍ଲୀରୁ ଭୁବନେଶ୍ବର ଆସୁଥିବା ଯାତ୍ରୀଙ୍କର ସ୍କ୍ରିନିଂ କରାଯାଉଛି। ଯଦି ଲକ୍ଷଣ ଦେଖାଯାଏ ତେବେ ସେଠାରେ ସେମାନଙ୍କୁ ଅଟକାଇ ଦିଆଯିବ। ଏଭଳି ସ୍ଥିତିରେ ସଂକ୍ରମଣ ଓଡ଼ିଶା ଆସିବାର ସମ୍ଭାବନା କମ ରହିଛି।

ନୂଆ ଭାରିଆଣ୍ଟ ଉପରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହୁଛି ନୂଆ ଭାରିଆଣ୍ଟ ଉପରେ ଅଧିକ ଷ୍ଟଡିର ଆବଶ୍ୟକତା ରହିଛି। ଏହାର ସଂକ୍ରମଣ କରିବାର କ୍ଷମତା କେତେ, ରୋଗ କରିପାରିବା କ୍ଷମତା କେତେ, ଭ୍ୟାକ୍ସିନ ଏହାକୁ ମୁକାବିଲା କରିବାରେ କେତେ କ୍ଷମତା ରହିଛି, ଏପର୍ଯ୍ୟନ୍ତ ନିର୍ଦ୍ଦିଷ୍ଟ ଭାବରେ ତଥ୍ୟ ନାହିଁ। ଏନେଇ ପରୀକ୍ଷା ଚାଲିଛି। ଯେହେତୁ ଖବର ଆସୁଛି, ଏହା ଗୋଟିଏ ନୂଆ ଭ୍ୟାରିଆଣ୍ଟ ଓ ୧୩ରୁ ଅଧିକ ମ୍ୟୁଟେସନ ରହିଛି। ତେଣୁ ସମସ୍ତେ ସତର୍କ ରହିବା ଦରକାର ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri