ଘରେ ଘରେ ଅହିଂସା ବାର୍ତ୍ତା ପହଞ୍ଚାଉଛି ରଥ

ପୁରୁଷୋତ୍ତମପୁର,୨୬।୯(ଡି.ଏନ୍‌.ଏ.): ଭାରତକୁ ସ୍ବାଧୀନତା ଆଣିବାରେ ସଂଗ୍ରାମୀଙ୍କ ସଂଗ୍ରାମ, ବୀରତ୍ୱ, ବଳିଦାନ ଏବଂ ଅହିଂସାର ମୂଳମନ୍ତ୍ରକୁ ଯୁବପିଢ଼ିଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ବାହାରିଥିବା ଅହିଂସା ରଥ ସୋମବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପହଞ୍ଚିଛି। ଏହି ଅବସରରେ ରଥକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା।
କାର୍ଯ୍ୟକ୍ରମରେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ଜିଲା ପରିଷଦ ସଭ୍ୟ ଭଜମନ ବେହେରା, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବିନାରାୟଣ ବେହେରା, ବିଡିଓ ବିଜୟ କୁମାର ବେହେରା, ତହସିଲଦାର ସନ୍ତୋଷ କୁମାର ସାହୁ, ଏନ୍‌ଏସି ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କ ସମେତ ସମସ୍ତ ଜନପ୍ରତିନିଧି, ସ୍କୁଲ କଲେଜର ଛାତ୍ରୀଛାତ୍ର, ସ୍ବୟଂ ସହାୟକ ଗୋଷ୍ଠୀର ମହିଳା, ଅଙ୍ଗନୱାଡି କର୍ମୀ ପ୍ରମୁଖ ଉପସ୍ଥିତ ରହିଥିଲେ। ପରେ ରଥ ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜନସାଧାରଣଙ୍କୁ ଅହିଂସାର ବାର୍ତ୍ତା ପହଞ୍ଚାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?