କୋରାପୁଟ,୨୩।୧(ଅମିତାଭ ବେହେରା ): ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲାରେ ଆମିଷ ବିକ୍ରି ଉପରେ ଜିଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଶୁକ୍ରବାର ଏ ସମ୍ପର୍କରେ ଜିଲାର ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀ ମାନଙ୍କୁ ଚିଠି କରି ଏହା କଡାକଡି ଭାବେ ରୂପାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜାନୁଆରୀ ୨୬ ସୋମବାର ଦିନ ଜିଲାର ସବୁ ଅଞ୍ଚଳରେ ଯେପରି ଛେଳି ମାଂସ, କୁକୁଡ଼ା ମାଂସ,ମାଛ, ଅଣ୍ଡା ଏବଂ ଅନ୍ୟାନ୍ୟ ଆମିଷ ଜାତୀୟ ଖାଦ୍ୟ ବିକ୍ରି ନହୁଏ ସେଥିପ୍ରତି କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି।