ଜ୍ୟାକଲିନଙ୍କ ନାଁରେ ମାନହାନି ମାମଲା କଲେ ନୋରା ଫତେହି

ମୁମ୍ବାଇ: ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ୨୦୦ କୋଟି ଠକେଇ ମାମଲା ଯୋଗୁ ଏବେ ବଲିଉଡରେ ଦୁଇଜଣ ବଡ ଷ୍ଟାରଙ୍କ ମଧ୍ୟରେ ତୁତୁମେମେ ଆରମ୍ଭ ହୋଇଛି । ଏବେ ବଲିଉଡ ଡ୍ୟାନ୍ସିଂ ଷ୍ଟାର ନୋରା ଫତେହି ଅଭିନେତ୍ରୀ ଜ୍ୟାକଲିନଙ୍କ ନାଁରେ ମାନହାନି ମାମଲା କରିଛନ୍ତି । ଏବେ ନୋରାଙ୍କ ଅଭିଯୋଗ କ୍ରମେ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଏହି ମାମଲାର ଶୁଣାଣି ହେବ ।
ସମାଚାର ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ, ନୋରାଙ୍କ ଅଭିଯୋଗ କ୍ରମେ ଏହି ମାମଲାର ଶୁଣାଣି ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ମାର୍ଚ୍ଚ ୨୫ରେ ହେବ ବୋଲି ଜଣାପଡିଛି । ନୋରା ନିକଟରେ ଦିଲ୍ଲୀର ଏହି କୋର୍ଟରେ ବଲିଉଡ ଜଗତର ଆଗଧାଡିର ନାୟିକା ଜ୍ୟାକଲିନ ଫର୍ନାଡିଜ ଓ କିଛି ମିଡିଆ ସଂଗଠନ ବିରୋଧରେ ମାନହାନି ମାମଲା ଦାୟର କରିଛନ୍ତି । ଏବେ ଏହି ମାମଲାର ଆଗାମୀ ଶୁଣାଣି ଉପରେ ସମସ୍ତଙ୍କ ନଜର ରହିଛି । ଏହା ପୂର୍ବରୁ ଠକ ସୁକେଶ ଚନ୍ଦ୍ରଶେଖର ମନି ଲଣ୍ଡରିଂ ମାମଲାକୁ ନେଇ ନୋରା ଫତେହି ଓ ଜ୍ୟାକଲିନ ଫର୍ନାଡିଜଙ୍କୁ ନେଇ ଖୁବ ଚର୍ଚ୍ଚାରେ ଥିଲେ ।

ଏବେ ନୋରାଙ୍କ ଏହି ଅଭିଯୋଗ ପରେ ଜ୍ୟାକଲିନ କ’ଣ ପଦକ୍ଷେପ ନେଉଛନ୍ତି ତାକୁ ସମସ୍ତଙ୍କ ଅପେକ୍ଷା ରହିଛି । ଏହାପୂର୍ବରୁ ଅଭିନେତ୍ରୀ ଜ୍ୟାକଲିନଙ୍କ ଓକିଲ ପ୍ରଶାନ୍ତ ପାଟିଲ କହିଥିଲେ ନୋରା କୌଣସି କଥାକୁ ଭୁଲ ବୁଝିଛନ୍ତି । ସେ ଆହୁରି ମଧ୍ୟ କହିଥିଲେ ସମସ୍ତ ଅଭିଯୋଗ ଭିତ୍ତିହିନ । କେବଳ ଏତିକି ନୁହେଁ ଜ୍ୟାକଲିନଙ୍କ ଓକିଲ ଆହୁରି ମଧ୍ୟ କହିଥିଲେ ଆବଶ୍ୟକ ପଡିଲେ ଜ୍ୟାକଲିନ ନୋରାଙ୍କ ବିରୋଧରେ ମାନହାନି ମାମଲା କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri