ଜ୍ୟାକଲିନଙ୍କ ନାଁରେ ମାନହାନି ମାମଲା କଲେ ନୋରା ଫତେହି

ମୁମ୍ବାଇ: ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ୨୦୦ କୋଟି ଠକେଇ ମାମଲା ଯୋଗୁ ଏବେ ବଲିଉଡରେ ଦୁଇଜଣ ବଡ ଷ୍ଟାରଙ୍କ ମଧ୍ୟରେ ତୁତୁମେମେ ଆରମ୍ଭ ହୋଇଛି । ଏବେ ବଲିଉଡ ଡ୍ୟାନ୍ସିଂ ଷ୍ଟାର ନୋରା ଫତେହି ଅଭିନେତ୍ରୀ ଜ୍ୟାକଲିନଙ୍କ ନାଁରେ ମାନହାନି ମାମଲା କରିଛନ୍ତି । ଏବେ ନୋରାଙ୍କ ଅଭିଯୋଗ କ୍ରମେ ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ଏହି ମାମଲାର ଶୁଣାଣି ହେବ ।
ସମାଚାର ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ, ନୋରାଙ୍କ ଅଭିଯୋଗ କ୍ରମେ ଏହି ମାମଲାର ଶୁଣାଣି ଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ମାର୍ଚ୍ଚ ୨୫ରେ ହେବ ବୋଲି ଜଣାପଡିଛି । ନୋରା ନିକଟରେ ଦିଲ୍ଲୀର ଏହି କୋର୍ଟରେ ବଲିଉଡ ଜଗତର ଆଗଧାଡିର ନାୟିକା ଜ୍ୟାକଲିନ ଫର୍ନାଡିଜ ଓ କିଛି ମିଡିଆ ସଂଗଠନ ବିରୋଧରେ ମାନହାନି ମାମଲା ଦାୟର କରିଛନ୍ତି । ଏବେ ଏହି ମାମଲାର ଆଗାମୀ ଶୁଣାଣି ଉପରେ ସମସ୍ତଙ୍କ ନଜର ରହିଛି । ଏହା ପୂର୍ବରୁ ଠକ ସୁକେଶ ଚନ୍ଦ୍ରଶେଖର ମନି ଲଣ୍ଡରିଂ ମାମଲାକୁ ନେଇ ନୋରା ଫତେହି ଓ ଜ୍ୟାକଲିନ ଫର୍ନାଡିଜଙ୍କୁ ନେଇ ଖୁବ ଚର୍ଚ୍ଚାରେ ଥିଲେ ।

ଏବେ ନୋରାଙ୍କ ଏହି ଅଭିଯୋଗ ପରେ ଜ୍ୟାକଲିନ କ’ଣ ପଦକ୍ଷେପ ନେଉଛନ୍ତି ତାକୁ ସମସ୍ତଙ୍କ ଅପେକ୍ଷା ରହିଛି । ଏହାପୂର୍ବରୁ ଅଭିନେତ୍ରୀ ଜ୍ୟାକଲିନଙ୍କ ଓକିଲ ପ୍ରଶାନ୍ତ ପାଟିଲ କହିଥିଲେ ନୋରା କୌଣସି କଥାକୁ ଭୁଲ ବୁଝିଛନ୍ତି । ସେ ଆହୁରି ମଧ୍ୟ କହିଥିଲେ ସମସ୍ତ ଅଭିଯୋଗ ଭିତ୍ତିହିନ । କେବଳ ଏତିକି ନୁହେଁ ଜ୍ୟାକଲିନଙ୍କ ଓକିଲ ଆହୁରି ମଧ୍ୟ କହିଥିଲେ ଆବଶ୍ୟକ ପଡିଲେ ଜ୍ୟାକଲିନ ନୋରାଙ୍କ ବିରୋଧରେ ମାନହାନି ମାମଲା କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri