ରାଜକୁମାରୀ ଲୁକରେ ନୋରା

ମୁମ୍ବାଇ: ନୋରା ଫତେହି । ଆଜିକାଲି ଯୁବବର୍ଗଙ୍କ ପାଇଁ ଏହି ନାଁ ହିଁ ବହୁତ କିଛି । ଡ୍ୟାନ୍ସିଂ କୁଇନ୍ ତଥା ବଲିଉଡ୍ ଅଭିନେତ୍ରୀ ନୋରା ଫତେହି ତାଙ୍କ ସୁନ୍ଦରତା ପାଇଁ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ଡ୍ୟାନ୍ସକୁ ନେଇ । ତେବେ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବା ଏହି ଅଭିନେତ୍ରୀ ଅନେକ ସମୟରେ ନିଜର କିଛି ଫଟୋ ଓ ଭିଡିଓକୁ ନେଇ ମଧ୍ୟ ଆସିଥାଆନ୍ତି ଚର୍ଚ୍ଚାକୁ । ଏବେ ନିକଟରେ ତାଙ୍କର ଏକ ମ୍ୟୁଜିକ ଭିଡିଓ ‘ଛୋଡ ଦେଙ୍ଗେ’ ରିଲି୍‌ଜ ହୋଇଥିଲା । ଯେଉଁଥିରେ ନୋରାଙ୍କ ଭିନ୍ନ ଭିନ୍ନ ରୂପ ଦେଖିବାକୁ ମିଳିଥିଲା । ଏବେ ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ସେ ପ୍ରିନସେସ୍ ବା ରାଜକୁମାରୀ ବେଶରେ ନଜର ଆସିଛନ୍ତି । ହ୍ୱାଇଟ ବ୍ଲେଜର ସହ ବ୍ଲାକ ହାଫ୍ ନେଟ୍ ଡିଜାଇନ୍ ଟପ୍‌ରେ ନଜର ଆସିଛନ୍ତି ନୋରା । ତେବେ ଫଟୋଟି ତାଙ୍କ ପ୍ରଶଂସକଙ୍କ ମନକୁ ବେଶ୍ ପାଇଛି । ଏହା ‘ଛୋଡ ଦେଙ୍ଗେ’ ଗୀତର ଶୁଟିଂ ସମୟର ଫଟୋ । ନିଜେ ନୋରା ଏହି ଫଟୋକୁ ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ କରିବା ପରେ ଏହା ଭାଇରାଲ ହେବାରେ ଲାଗିଛି । ସୂଚନାଯୋଗ୍ୟ, ଏହି ଗୀତରେ ନୋରାଙ୍କ ଭଲ ପାଇବା ଓ ବିଶ୍ୱାସକୁ ଧୋକା ଦେଇଥିବା ବ୍ୟକ୍ତି ଉପରେ ସେ ପ୍ରତିଶୋଧ ନେଉଛନ୍ତି । ଗୀତରେ କେତେକ ସ୍ଥାନରେ ନୋରା ବନଜାରନ ଅବତାରରେ ବି ନଜର ଆସିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri