୨୦୦ କୋଟି ଠକେଇ ମାମଲାରେ ନିଜ ବୟାନ ଦାଖଲ କଲେ ନୋରା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୋରା ଫତେହି ୨୦୦ କୋଟି ଠକେଇ ମାମଲାରେ କୋର୍ଟରେ ନିଜର ବୟାନ ଦେଇଛନ୍ତି । ନୋରା ନିଜେ ଦିଲ୍ଲୀ ପୋଲିସର ଆର୍ଥିକ ଅପରାଧ ଶାଖା ନିକଟରେ ପହଞ୍ଚିଥିଲେ ଓ ଏହି ମାମଲାରେ ନିଜର ବୟାନ ଦେବାକୁ ଅନୁରୋଧ କରିଥିଲେ । ଏହାପରେ ଦିଲ୍ଲୀ ପୋଲିସ ପଟିଆଲା ହାଉସ କୋର୍ଟରେ ନୋରାଙ୍କ ବୟାନ ରଖିଥିଲା । ନ୍ୟୁଜ ଏଜେନ୍ସି ଏଏନଆଇ ଟୁଇଟର ଆକାଉଣ୍ଟରେ ଏକ ଭିଡିଓ ଶେୟାର କରିଛି, ଯେଉଁଥିରେ ନୋରା ଫତେହି ପଟିଆଲା କୋର୍ଟରେ ନିଜର ବୟାନ ଦେବା ପରେ କାରରେ ବସି ଯାଉଥିବା ଦେଖାଯାଇଛି ।

ଏହା ପୂର୍ବରୁ ମନି ଲଣ୍ଡରିଂ ମାମଲାରେ ଇଡି କିଛିଥର ନୋରାଙ୍କୁ ପଚରା ଉଚରା କରିଛି । ନୋରା ସେତେବେଳେ କହିଥିଲେ କି ଠକ ସୁକେଶ ଚନ୍ଦ୍ରଶେଖର ନୋରାଙ୍କ ଭିଣୋଇ ବବିଙ୍କୁ ପ୍ରାୟ ୬୫ ଲକ୍ଷ ଟଙ୍କାର ଏକ ବିଏମଡବ୍ଲୁ କାର ଉପହାର ଦେଇଥିଲେ । ନୋରା ସୁକେଶ ଚନ୍ଦ୍ରଶେଖରଙ୍କ ପତ୍ନୀଙ୍କର ମୁମ୍ବାଇର ଏକ ଷ୍ଟୁଡିଓରେ ଏକ ପଙ୍କଶନରେ ଅତିଥି ଭାବେ ସାମିଲ ହୋଇଥିଲେ । ଏହି ଇଭେଣ୍ଟରେ ଆସିଥିବାରୁ ସୁକେଶ ନୋରାଙ୍କୁ ଫିଜ ପରିବର୍ତ୍ତେ ବିଏମଡବ୍ଲୁ ଭଳି ଲକଜରି କାର ଉପହାର ଦେଇଥିଲେ । ଏହାପରେ ଉଭୟ ହ୍ୱାଟସଆପ ଜରିଆରେ କଥା ହେଉଥିଲେ । ହେଲେ ସୁକେଶ ବାରମ୍ବାର ଫୋନ କରିବାରୁ ନୋରା ସୁକେଶଙ୍କ ସହ କନେକ୍ସନ କାଟି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri