ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ ରାଜପଥରେ ଏବେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି । ସୂଚନା ଅନୁସାରେ, ବ୍ଲକର ସୁଙ୍କି ଥାନା ଅଧୀନସ୍ଥ ଆନ୍ଧ୍ର ଓଡ଼ିଶା ସୀମାନ୍ତ ୨୬ନଂ ଜାତୀୟ ରାଜପଥର ବୁଲାଣିଆ ରାସ୍ତାରେ ଏକ ଟ୍ରଲର୍‌ ଗାଡ଼ି ପଟ୍ଟାଙ୍ଗି ଅଭିମୁଖେ ଆସୁଥିବା ସମୟରେ ଟ୍ରଲର୍‌ ଗାଡ଼ିରେ ଲୋଡ ହୋଇଥିବା ଭାରି ଯନ୍ତ୍ରାଂଶ ଗୁଡ଼ିକ ରାସ୍ତା ତଥା ଉକ୍ତ ବୁଲାଣିଆ ସ୍ଥାନରେ ଖସି ପଡିଥିଲା । ଯାହାଫଳରେ ରାଜପଥ ଦୀର୍ଘ ସାଢେ ୫ ଘଣ୍ଟା କାଳ ଅବରୋଧ ହୋଇ ପଡିଥିଲା । ଖବରପାଇ ସୁଙ୍କି ଥାନା ଅଧିକାରୀ ଚତୁର୍ଭୁଜ ନାୟକ ଏବଂ ଅନ୍ୟ ପୋଲିସ କର୍ମଚାରୀ ଘଟଣାସ୍ଥଳେ ପହଞ୍ଚି ଟ୍ରଲର୍‌ରୁ ରାସ୍ତାକୁ ଖସିପଡିଥିବା ଯନ୍ତ୍ରାଂଶକୁ ଉଠାଇ ରାଜପଥ ଅବରୋଧ ହଟାଇବା ପାଇଁ ପ୍ରାୟ ସାଢେ ପାଞ୍ଚ ଘଣ୍ଟା ଲାଗି ଯାଇଥିଲା ॥ ଯାହାପରେ ଆନ୍ଧ୍ର ଏବଂ ଓଡ଼ିଶା ପଟ୍ଟାଙ୍ଗି ଅଭିମୁଖେ ଆସିବାକୁ ଥିବା ସମସ୍ତ ଗାଡ଼ି ଚଳାଚଳରେ ସ୍ବାଭାବିକ ହୋଇଥିଲା । ସେପଟେ ଏହି ସମୟରେ ଭାରି ବର୍ଷା ହେବା ଦ୍ୱାରା ରାସ୍ତା ଉପରେ ପଡି ରହିଥିବା ଯନ୍ତ୍ରାଂଶ ଗୁଡ଼ିକକୁ ହଟାଇବା ପାଇଁ ବାଧା ସୃଷ୍ଟି ହୋଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri