୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର,୧୫।୧: ୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହୋଇଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଧାଡ଼ି ଦର୍ଶନ ଚାଲିଥିବା ଜଣାପଡ଼ିଛି। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଗତକାଲି ମକର ସଂକ୍ରାନ୍ତିରେ ଉପାସରେ ଥିଲେ ପ୍ରଭୁ ଶ୍ରୀଲିଙ୍ଗରାଜ। ବଡୁ ଓ ବ୍ରାହ୍ମଣ ନିଯୋଗ ମଧ୍ୟରେ ବିବାଦ ଯୋଗୁ ନୀତିକାନ୍ତି ବନ୍ଦ ଥିଲା।

ସୂଚନାଯୋଗ୍ୟ, ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ଅବହେଳା ପାଇଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବିଭିନ୍ନ ଯାନିଯାତ୍ରାରେ ବିଶୃଙ୍ଖଳା ସୃଷ୍ଟି ହେବା ସହ ନୀତିକାନ୍ତିରେ ବିଭ୍ରାଟ ଦେଖାଦେଉଥିବା ନଜିର ରହିଛି। ମଙ୍ଗଳବାର ସନ୍ଧ୍ୟାଧୂପ ଠାରୁ ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ ରହିଥିବା ବେଳେ ଠାକୁରଙ୍କ ନବାଙ୍କ ବେଢ଼ା ମଧ୍ୟ ହୋଇପାରି ନ ଥିଲା। ମନ୍ଦିର ପ୍ରଶାସନ ସେବାୟତଙ୍କୁ ମନେଇବାରେ ବିଫଳ ହେବାରୁ ବୁଧବାର ଦିନତମାମ ଶ୍ରୀଲିଙ୍ଗରାଜ ଉପବାସ ରହିଥିଲେ। ତେବେ ମକର ସଂକ୍ରାନ୍ତିରେ ଠାକୁରଙ୍କ କୌଣସି ନୀତି ନ ହେବା ସହ ମକର ବେଢ଼ା ମଧ୍ୟ ବନ୍ଦ ହେବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଥିଲା। ଠାକୁରଙ୍କ ନୀତିରେ ବାରମ୍ବାର ବିଭ୍ରାଟ ହେଉଥିବାରୁ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୬ଟା ପର୍ଯନ୍ତ ସେବା ପ୍ରତିନିଧି ପକ୍ଷରୁ ମନ୍ଦିର ମୁଖଶାଳାଠାରେ ଧାରଣା ଦିଆଯାଇଥିଲା। ଅନୁଷ୍ଠାନ ଅଧ୍ୟକ୍ଷ ନୀଳମଣି ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ଏହି ଧାରଣାରେ ପ୍ରଭୁ ଲିଙ୍ଗରାଜଙ୍କ ନିମନ୍ତେ ସ୍ବତନ୍ତ୍ର ଆଇନ ପ୍ରଣୟନ କରିବା, ଦକ୍ଷ କାର୍ଯ୍ୟନିର୍ବାହୀ ଅଧିକାରୀ ନିଯୁକ୍ତି କରିବା ନେଇ ନାରାବାଜି ଦିଆଯାଇଥିଲା। ଅଶୋକ କୁମାର ମହାରଣା, ସୀତା ରାଉତ, ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ, ଗିରିଜା ଶଙ୍କର ମହାପାତ୍ର, ହୃଷୀକେଶ ମହାପାତ୍ର, ସ୍ନେହଲତା ମହାପାତ୍ର, ବର୍ଣ୍ଣମାଳା ପାତ୍ର ପ୍ରମୁଖ ଧାରଣାରେ ବସିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?