Posted inଜାତୀୟ

ଆସାମ-ମିଜୋରାମ ବିବାଦ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଆସାମ-ମିଜୋରାମ ସୀମାରେ ଜାରି ରହିଥିବା ହିଂସା ସ୍ଥିତି ସମେତ ବିଭିନ୍ନ ପ୍ରସଙ୍ଗକୁ ନେଇ ଉତ୍ତର-ପୂର୍ବ ରାଜ୍ୟର ଭାଜପା ଏମ୍‌ପିମାନେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ପ୍ରତିନିଧିମଣ୍ଡଳରେ ଉତ୍ତର-ପୂର୍ବ ରାଜ୍ୟର ୧୬ଜଣ ଏମ୍‌ପିଙ୍କ ସମେତ କେନ୍ଦ୍ରମନ୍ତ୍ରୀ କିରନ ରିଜିଜୁ ମଧ୍ୟ ସାମିଲ ହୋଇଥିଲେ। ଏହି ସାକ୍ଷାତକାରରେ ଭାଜପା ଏମ୍‌ପିମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ ସ୍ମାରକପତ୍ର ଦେବା ସହ କଂଗ୍ରେସ ବିରୋଧରେ ଅଭିଯୋଗ ଆଣିଛନ୍ତି। ଆସାମ ଓ ମିଜୋରାମ ସୀମା ପ୍ରସଙ୍ଗକୁ ନେଇ କଂଗ୍ରେସ ରାଜନୀତିକରଣ କରିବା ସହ ଉତ୍ତେଜନାମୂଳକ ବିବୃତ୍ତି ଦେଉଛି ବୋଲି ଭାଜପା ଏମ୍‌ପିମାନେ ଅଭିଯୋଗ କରିଛନ୍ତି। ତେବେ ସୀମା ବିବାଦ ପୁରୁଣା ଏବଂ ଆସାମ ଓ ମିଜୋରାମ ସରକାର ଏହାର ସମାଧାନ ପାଇଁ ଉଦ୍ୟମ କରୁଛନ୍ତି। କିନ୍ତୁ ଏହି ସମୟରେ କଂଗ୍ରେସ ଏବଂ କେତେକ ରାଜନୈତିକ ଦଳ ହିଂସା ସୃଷ୍ଟି କରିବା ପାଇଁ ଉତ୍ତେଜନାମୂଳକ ବିବୃତ୍ତି ଦେଉଛନ୍ତି। ସୋସିଆଲ ମିଡିଆରେ ତାଙ୍କର ହସ୍ତକ୍ଷେପ ବିଦେଶରୁ ମଧ୍ୟ ସାମ୍ନାକୁ ଆସୁଛି ବୋଲି ରିଜିକୁ କହିଛନ୍ତି। ତେବେ ଏହାକୁ ନେଇ ମୋଦି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଉତ୍ତର-ପୂର୍ବ ରାଜ୍ୟ ପ୍ରତି ତାଙ୍କର ଭଲପାଇବା ସ୍ବାଭାବିକ ରହିଛି। ତେବେ ଏହାକୁ ରାଜନୈତିକ ଦୃଷ୍ଟିରେ ଦେଖିବା ଉଚିତ୍‌ ନୁହେଁ ବୋଲି ମୋଦି କହିଛନ୍ତି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ କିରନ ରିଜିଜୁ ଏନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri