Posted inଖେଳ

ନର୍ଥ ଇଷ୍ଟ-ଗୋଆ ମ୍ୟାଚ ଡ୍ର

ଭାସ୍କୋ, ୫।୨-
ସ୍ଥାନୀୟ ତିଲକ ମଇଦାନରେ ଗୁରୁବାର ଅନୁଷ୍ଠିତ ନର୍ଥ ଇଷ୍ଟ ୟୁନାଇଟେଡ ଓ ଏଫ୍‌ସି ଗୋଆ ମ୍ୟାଚ ୨-୨ରେ ଡ୍ର ରହିଛି। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୋଆ ୨ ଥର ଅଗ୍ରଣୀ ନେଇଥିଲେ ହେଁ ନର୍ଥ ଇଷ୍ଟ ସଫଳ ପ୍ରତ୍ୟାବର୍ତ୍ତନ କରିଥିଲା।
ଆରମ୍ଭରୁ ଉଭୟ ଦଳ ଆକ୍ରମଣାତ୍ମକ ଖେଳିଥିଲେ ହେଁ ୨୧ତମ ମିନିଟରେ ପ୍ରଥମେ ଗୋଲ ଦେଇ ଗୋଆ ଅଗ୍ରଣୀ ହାସଲ କରିଥିଲା। ଆଲବର୍ଟୋ ନୋଗୁଇରାଙ୍କଠାରୁ ପାଇଥିବା ପାସ୍‌କୁ ଗୋଲରେ ପରିଣତ କରିଥିଲେ ଆଲେକଜାଣ୍ଡର ଜେସୁରାଜ। ୪୦ତମ ମିନିଟରେ ଗୋଲ ପରିଶୋଧ ପାଇଁ ନର୍ଥ ଇଷ୍ଟ ପାଖରେ ସୁବର୍ଣ୍ଣ ସୁଯୋଗ ପହଞ୍ଚତ୍ଥିଲା। ନର୍ଥ ଇଷ୍ଟ ଫରଓ୍ବାର୍ଡ ଲୁଇସ ମଚାଡୋ ବକ୍ସ ଏରିଆ ମଧ୍ୟରେ ବଲ୍‌ ନେଇ ଆଗେଇ ଯାଉଥିବାବେଳେ ଗୋଆର ନୋଗୁଇରା ପଛପଟରୁ ତାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ। ଏହା ରେଫରିଙ୍କ ନଜରକୁ ଆସିବାରୁ ନର୍ଥ ଇଷ୍ଟକୁ ପେନାଲ୍ଟି ସୁଯୋଗ ଦିଆଯାଇଥିଲା। ୪୧ତମ ମିନିଟରେ ଏହାକୁ ଗୋଲରେ ପରିଣତ କରି ଫେଡେରିକୋ ଗାଲେଗୋ ମ୍ୟାଚକୁ ୧-୧ ସ୍ତରକୁ ନେଇ ଆସିଥିଲେ। ଦ୍ୱିତୀୟାର୍ଦ୍ଧରେ ଅଗ୍ରଣୀ ପାଇଁ ଉଭୟ ଦଳ ଆକ୍ରମଣକୁ ଜୋରଦାର କରିଥିଲେ। ୮୦ତମ ମିନିଟରେ ଅମରଜିତ ସିଂ ଗୋଲ ଦେଇ ପୁଣି ଗୋଆକୁ ଅଗ୍ରଣୀ କରାଇଥିଲେ। ମାତ୍ର ଦଳର ଏହି ଖୁସି ବେଶି ସମୟ ରହି ନ ଥିଲା। ୮୩ତମ ମିନିଟରେ ଫାଉଲ୍‌ ହେବାରୁ ନର୍ଥ ଇଷ୍ଟକୁ ଆଉ ଏକ ପେନାଲ୍ଟି ମିଳିଥିଲା। ଗାଲେଗୋ ଏହାକୁ ଗୋଲରେ ପରିଣତ କରିବାରେ କୌଣସି ଭୁଲ କରି ନ ଥିଲେ। ଫଳରେ ମ୍ୟାଚଟି ୨-୨ ଗୋଲରେ ଡ୍ର ରହିଥିଲା। ଗୋଆର ଜର୍ଜ ଓର୍ଟିଜ ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ଉରୁଗୁଏ ଖେଳାଳି ନର୍ଥ ଇଷ୍ଟର ଗାଲେଗୋ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ମ୍ୟାଚ ଡ୍ର ରହିଥିଲେ ହେଁ ଗୋଆ ଗୋଟିଏ ସ୍ଥାନ ଉପରକୁ ଉଠି ପଏଣ୍ଟ ଟେବୁଲର ତୃତୀୟରେ ପହଞ୍ଚତ୍ ଯାଇଛି। ଏହି ଦଳ ୧୫ ମ୍ୟାଚରୁ ୫ ବିଜୟ, ୭ ଡ୍ର ଓ ୩ ପରାଜୟ ସହ ୨୨ ପଏଣ୍ଟ ପାଇଛି। ଅନ୍ୟପକ୍ଷରେ ନର୍ଥ ଇଷ୍ଟ ୧୫ ମ୍ୟାଚରୁ ସମାନ ସଂଖ୍ୟକ ବିଜୟ, ଡ୍ର ଓ ପରାଜୟ ପାଇଥିଲେ ହେଁ ୨୨ ପଏଣ୍ଟ ସହିତ ୫ମ ସ୍ଥାନରେ ଅପରିବର୍ତ୍ତିତ ରହିଛି। ୨୨ ପଏଣ୍ଟ ପ୍ରାପ୍ତ ଅନ୍ୟତମ ଦଳ ହାଇଦ୍ରାବାଦ ଏଫ୍‌ସି ୪ର୍ଥ ସ୍ଥାନକୁ ଖସିଛି। ମୁମ୍ବାଇ ସିଟି ଏଫ୍‌ସି ୩୩ ଓ ଏଟିକେ ମୋହନବାଗାନ ୨୭ ପଏଣ୍ଟ ସହ ଟେବୁଲର ପ୍ରଥମ ଦୁଇ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri