ଉତ୍ତର ଘୁମୁସର ବନଖଣ୍ଡ ଜଳୁଛି

ଭଞ୍ଜନଗର,୩ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଦୁର୍ଗାପ୍ରସାଦ ଏବଂ ମୁଜାଗଡ ସେକ୍ସନର ଏକାଧିକ ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଦୁର୍ଗାପ୍ରସାଦ ଅଞ୍ଚଳ ଜଙ୍ଗଲରେ ମଧ୍ୟ ନିଆଁ ଲାଗିଛି। ସମ୍ପୃକ୍ତ ସେକ୍ସନର କିଛି କର୍ମଚାରୀ ଲୋକଙ୍କ ସହ ସୁସମ୍ପର୍କ ରଖିବାରେ ବିଫଳ ଯୋଗୁଁ ନିଆଁକୁ ଆୟତ୍ତ କରିପାରୁନାହାନ୍ତି। କିଛି କର୍ମଚାରୀ କର୍ମକ୍ଷେତ୍ରରେ ରହିବା ବଦଳରେ ଭଞ୍ଜନଗର ସହର ନଚେତ ନିଜ ଘରେ ରହିବାକୁ ପସନ୍ଦ କରୁଛନ୍ତି। ତେଣୁ ଜଙ୍ଗଲରେ ନିଆଁ ଲାଗିଲେ ହଠାତ୍‌ କର୍ମଚାରୀମାନେ ଜାଣି ପାରୁନାହାନ୍ତି। ଫଳରେ ଜଙ୍ଗଲ ପୋଡି ବଢିଯାଉଛି। ବିଗତ ଦୁଇଦିନ ହେଲା କର୍ମଚାରୀମାନେ ଦୁର୍ଗାପ୍ରସାଦ ଅଞ୍ଚଳର ଲାଗିଥିବା ବିଭିନ୍ନ ଜଙ୍ଗଲ ନିଆଁକୁ ରୋକିପାରୁନାହାନ୍ତି। ଡିଏଫଓ ସୁଦର୍ଶନ ବେହେରା ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଅନ୍ୟ ରେଞ୍ଜର କର୍ମଚାରୀମାନଙ୍କୁ ଏକାଠି କରି ଘଟଣା ସ୍ଥଳକୁ ଯାଇଛନ୍ତି। ସେହିଭଳି ମୁଜାଗଡ ନିକଟସ୍ଥ କୁଟୁଣିକୁମ୍ପା ପାହାଡ଼ର ଦୁଇଟି ସ୍ଥାନରେ ନିଆଁ ଲାଗିଛି। ବାପାଙ୍ଗୀ ନିକଟସ୍ଥ ପାହାଡ଼ ମଧ୍ୟ ଜଳୁଛି। ଗୋଟିଏ ପଟେ ହାତୀ ଭୟ, ଅନ୍ୟପଟେ ଜଙ୍ଗଲ ଜଳିବା ଯୋଗୁଁ ରାତିରେ ନିଆଁ କୁ ନିୟନ୍ତ୍ରଣ କରିବା କଷ୍ଟକର ହୋଇପଡୁଛି। ଏଥିସହ ଜଗନ୍ନାଥପ୍ରସାଦ, ତାରସିଂ ରେଞ୍ଜରେ ମଧ୍ୟ କେତେକ ଜଙ୍ଗଲ ଜଳୁଥିବା ଦେଖିବାକୁ ମିଳିଛି। ତାହାକୁ ନିୟନ୍ତ୍ରଣ କରାଯାଇଥିବା ଜଣାପଡିଛି। ଯେଉଁ କର୍ମଚାରୀମାନେ ନିଷ୍ଠାର ସହ କାମ କରୁଛନ୍ତି ସେଠାରେ ନିଆଁ ତୁରନ୍ତ ନିୟନ୍ତ୍ରଣ କରାଯାଇପାରୁଛି।
ଏନେଇ ଡିଏଫଓ ସୁଦର୍ଶନ ବେହେରାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ନିଆଁ ନିୟନ୍ତ୍ରଣ କରିବା ପାଇଁ ସବୁ ପ୍ରକାର ଚେଷ୍ଟା କରାଯାଉଛି। ଭିଏସଏସ୍‌ କର୍ମକର୍ତ୍ତା ଏବଂ ବନ କର୍ମଚାରୀ ମିଳିମିଶି ନିଆଁକୁ ନିୟନ୍ତ୍ରଣ ପାଇଁ ଲାଗି ପଡ଼ିଛନ୍ତି। ଜଙ୍ଗଲ ପୋଡି ଯୋଗୁଁ ଜଙ୍ଗଲର ତିନୋଟି ସ୍ତର ମଧ୍ୟରୁ ପ୍ରଥମ ସ୍ତର ଜଙ୍ଗଲଟି ବିଶେଷ କ୍ଷତିଗ୍ରସ୍ତ ହେଉଛି। ଦ୍ୱିତୀୟସ୍ତର ମଧ୍ୟ କିଛିମାତ୍ରାରେ କ୍ଷତିଗ୍ରସ୍ତ ହେଉଛି। ବନ୍ୟପ୍ରାଣୀ ବିପଦରେ ପଡ଼ିବା ସହ ପରିବେଶ ପ୍ରଦୂଷିତ ହେଉଛି। ଏହିଭଳି ପରିସ୍ଥିତିରେ ସମସ୍ତେ ମିଳିମିଶି ଜଙ୍ଗଲ ପୋଡିକୁ ରୋକିବାର ଆବଶ୍ୟକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri