Posted inଜାତୀୟ

ହରିୟାଣାରେ ଉତ୍ତର ଭାରତର ପ୍ରଥମ ଆଣବିକ ଶକ୍ତି ଉତ୍ପାଦନ କେନ୍ଦ୍ର: ଜିତେନ୍ଦ୍ର ସିଂ…

ନୂଆଦିଲ୍ଲୀ,୧୯।୨ : ଦିଲ୍ଲୀଠାରୁ ୧୫୦ କିଲୋମିଟର ଦୂରରେ ହରିୟାଣାରେ ଉତ୍ତର ଭାରତର ପ୍ରଥମ ଆଣବିକ ଶକ୍ତି ଉତ୍ପାଦନ କେନ୍ଦ୍ର ସ୍ଥାପନ କରାଯିବ। କେନ୍ଦ୍ର ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଯେ ହରିୟାଣାର ଫତେହାବାଦ ଜିଲାର ଗୋରଖପୁର ଗ୍ରାମରେ ଉତ୍ତର ଭାରତର ପ୍ରଥମ ଆଣବିକ ଶକ୍ତି କେନ୍ଦ୍ର ସ୍ଥାପନ କରାଯିବ। ସେ ନୂଆଦିଲ୍ଲୀରେ ଏହା ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନ କାଳରେ ଦେଶର ଅନ୍ୟାନ୍ୟ ସ୍ଥାନରେ ଆଣବିକ ଶକ୍ତି କେନ୍ଦ୍ର ସ୍ଥାପନ ଏକ ପ୍ରମୁଖ ସଫଳତା ହୋଇଛି। ପରମାଣୁ ଶକ୍ତି ବିଭାଗର ଏକ ବିବୃତ୍ତି ଅନୁଯାୟୀ, ଆଣବିକ ଶକ୍ତି ଉତ୍ପାଦନ ପୂର୍ବରୁ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ କିମ୍ବା ମହାରାଷ୍ଟ୍ର ଭଳି ରାଜ୍ୟରେ ସୀମିତ ରହିଥିଲା।

ଗତ ଆଠ ବର୍ଷ ମଧ୍ୟରେ ମୋଦି ସରକାର ଅନେକ ବୈପ୍ଳବିକ ନିଷ୍ପତ୍ତି ନେଇଛନ୍ତି। ୧୦ ଟି ଆଣବିକ ରିଆକ୍ଟର ସ୍ଥାପନ ପାଇଁ ସରକାର ଅନୁମୋଦନ ଦେଇଛନ୍ତି।

ପରମାଣୁ ଶକ୍ତି ବିଭାଗକୁ ପବ୍ଲିକ ସେକ୍ଟର ଅଣ୍ଡରଟେକିଂ ସହିତ ମିଳିତ ଉଦ୍ୟୋଗ ଗଠନ ପାଇଁ ଅନୁମତି ଦିଆଯାଇଛି। ଯାହା ଏକ ଆଗାମୀ ଏବଂ ପ୍ରତିଜ୍ଞାକାରୀ କ୍ଷେତ୍ର ତଥା ଭବିଷ୍ୟତରେ ଭାରତର ଶକ୍ତି ଆବଶ୍ୟକତା ପୂରଣ କରିବାକୁ ସମର୍ଥ ହେବ।

ପରମାଣୁ ଶକ୍ତି ବିଭାଗ ଦ୍ୱାରା ଜାରି ଏକ ବିବୃତ୍ତି ଅନୁଯାୟୀ ଗୋରଖପୁରର ହରିୟାଣା ଅନୁ ବିଦ୍ୟୁତ ପ୍ରକଳ୍ପରେ ଦୁଇଟି ୭୦୦ ମେଗାୱାଟ ୟୁନିଟ ରହିବ। ବର୍ତ୍ତମାନ ସୁଦ୍ଧା ମୋଟ ୨୦,୫୯୪ କୋଟିରୁ ୪,୯୦୬ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ଉତିମଧ୍ୟରେ ସାମଗ୍ରିକ ଆର୍ଥିକ ପ୍ରଗତି ୨୩.୮ ପ୍ରତିଶତ ରହିଛି ବୋଲି ବିବୃତ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?