ଦକ୍ଷିଣ କୋରିଆର ଗୀତ ଶୁଣୁଥିବାରୁ ଉତ୍ତର କୋରିଆରେ ଯୁବକଙ୍କୁ ମୃତ୍ୟୁଦଣ୍ଡ

ପ୍ୟାଙ୍ଗୋୟାଙ୍ଗୋ, ୩୦।୬: ଉତ୍ତର କୋରିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ(୨୨) ଦକ୍ଷିଣ କୋରିଆର ଗୀତ ଶୁଣୁଥିବାରୁ ତାଙ୍କୁ ଗତ ୨୦୨୨ରେ ସର୍ବସମ୍ମୁଖରେ ତାଙ୍କୁ ମୃତ୍ୟୁ ଦଣ୍ଡ ଦିଆଯାଇଥିଲା। ରବିବାର ଦକ୍ଷିଣ କୋରିଆର ଏକୀକରଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଥିବା ଏକ ମାନବାଧିକାର ରିପୋର୍ଟରେ ଏହା ଉଲ୍ଲେଖ ରହିଛି। ଏହି ରିପୋର୍ଟ ଅନୁଯାୟୀ ଉତ୍ତର କୋରିଆର ଦକ୍ଷିଣ ହ୍ବାଙ୍ଗହା ପ୍ରଦେଶର ଏହି ଯୁବକ ଦକ୍ଷିଣ କୋରିଆର ୭୦ରୁ ଅଧିକ ଗୀତ ଶୁଣିବା ସହ ୩ଟି ଫିଲ୍ମ ଦେଖିଥିଲେ। ଏହାସହ ସେ ଏହି ସମସ୍ତ ଗୀତ ଓ ଫିଲ୍ମକୁ ଶେୟାର କରିଥିଲେ। ତେବେ ଉତ୍ତରକୋରିଆର ଆଇନରେ ପ୍ରତିକ୍ରିୟାବାଦୀ ସଂସ୍କୃତି ଓ ବିଚାରଧାରା ପ୍ରତି ପ୍ରତିବନ୍ଧ ଲଗାଯାଇଥିବାରୁ ଏହି ଯୁବକଜଣକ ଦେଶର ଆଇନକୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ବିଭିନ୍ନ ବିଦେଶୀ ସଂସ୍କୃତି ଓ ସୂଚନା ପ୍ରବାହକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଉତ୍ତର କୋରିଆ କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ପୃକ୍ତ ଯୁବକଙ୍କୁ ସର୍ବସମ୍ମୁଖରେ ଫାଶୀ ଦିଆଯାଇ ଏହି ଚରମ ପଦକ୍ଷେପ ନିଆଯାଇଥିଲା ବୋଲି ଦକ୍ଷିଣ କୋରିଆ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri